www.samajalive.in
Saturday, December 6, 2025
15.1 C
Bhubaneswar

କନ୍ଧପାଳ ଗାଁରେ ଫୁଟିଲା ଗୁଳି, ଜଣେ ମୃତ

ଢେଙ୍କାନାଳ: ସଦରଥାନା ଗେଙ୍ଗୁଟିଆ ପଞ୍ଚାୟତ କନ୍ଧପାଳ ଗାଁରେ ଗୁଳିମାଡ଼ ହୋଇଛି । ଗୁଳିମାଡରେ ୫୬ବର୍ଷିୟ ଦଳେଇ ନାୟକଙ୍କ ମୃତ୍ୟୁ ହୋଇଥିବା ବେଳେ ପୁର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିକାଣ୍ଡ ହୋଇଥିବା ସୂଚନା ମିଳିଛି । ଦଳେଇଙ୍କ ଛାତି ଓ ବାମ ପଟ ହାତରେ ୬ ରୁ ୭ ରାଉଣ୍ଡ ଗୁଳି ବାଜିଥିବା ଅନୁମାନ କରାଯାଉଛି । ସୂଚନା ମୁତାବକ ସକାଳ ୭ଟା ସମୟରେ ଦଳେଇ ନାୟକ ଘର ବାରଣ୍ଡାରେ ବସିଥିଲେ । ସେହି ସମୟରେ କିଛି ଦୁର୍ବୃତ୍ତ ସେଠାରେ ପହଞ୍ଚି ତାଙ୍କ ଉପରକୁ ଅତର୍କିତ ଗୁଳି ଚଳାଇ ଫେରାର ହୋଇଯାଇଥିଲେ । ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଏନେଇ ଖବରପାଇ ପାଇବା ପରେ ସଦରଥାନା ପୁଲିସ କନ୍ଧପାଳ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories