ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କୋଟିପତି ବିଡ଼ିଓ। କଟକ ଜିଲା ଆଠଗଡ ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଚଢାଉ ବେଳେ ପୁଳା ପୁଳା ସୁନା ସାଙ୍ଗକୁ ହୀରା ହାର ମିଳିଛି। ଏହାସହିତ ନଗଦ ୬ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପଙ୍କ ଘରେ ଚଢାଉ କରିଛଇ ଭିଜିଲାନ୍ସ। ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି। ସୂଚନା ଅନୁସାରେ ଭୁବନେଶ୍ୱରର ଗୌତମ ନଗର ସ୍ଥିତ ବାସଭବନ, ଆଠଗଡରେ ଥିବା କାର୍ଯ୍ୟାଳୟ ଓ କ୍ୱାଟର, ରାଜସୁନାଖଳାରେ ପୈତୃକ ବାସଭବନରେ ଆଜି ସକାଳୁ ଚଢାଉ ହୋଇଛି। ଚଢାଉରେ ୬ଜଣ ଡିଏସପି, ୬ଜଣ ଇନ୍ସପେକ୍ଟର ଏବଂ ୧୦ଜଣ ଏଏସଆଇ ସାମିଲ ହୋଇଛନ୍ତି।



