www.samajalive.in
Friday, December 5, 2025
17.1 C
Bhubaneswar

ହୀରାକୁଦରେ ବ୍ୟାପିଲା ଡାଇରିଆ: ଜଣେ ମୃତ, ୪୯ ଆକ୍ରାନ୍ତ

ସମ୍ବଲପୁର: ସମ୍ବଲପୁର ହୀରାକୁଦ ଅଞ୍ଚଳରେ ବ୍ୟାପିଛି ଝାଡାବାନ୍ତି ।  ଡାଇରିଆରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଗତ ଦୁଇ ଦିନରେ ପ୍ରାୟ ୪୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏବଂ ହୀରାକୁଦ ହସ୍ପିଟାଲରେ ସେମାନଙ୍କୁ ଭର୍ତ୍ତି କରାଯାଇଛି।  ସେମାନଙ୍କ ମଧ୍ୟରୁ ୫ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଅଧିକ ବିଗିଡିବାରୁ , ସେମାନଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜନସ୍ବାସ୍ଥ୍ୟ ଏଡିଏମଓ। ଜଳ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ଆଜି(ଶନିବାର) ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ସମ୍ବଲପୁରରୁ ହୀରାକୁଦ ଯାଇ ଗ୍ରାଉଣ୍ଡରେ ସ୍ଥିତି ଅନୁଧ୍ୟାନ କରିବେ। ହୀରାକୁଦ ସହରର ଗୁରୁଦ୍ବାରପଡା, ଗୌଡପଡା, କାଲୋପଡା, ନ୍ୟୁ ମାର୍କେଟ କଲୋନୀ ଏବଂ ମାଛପଡାରେ ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି। ଏବେ ଏସବୁ ଅଞ୍ଚଳରେ ଘର ଘର ବୁଲି ଯାଞ୍ଚ କରାଯାଉଛି। ମୋବାଇଲ୍ ହେଲଥ୍ ୟୁନିଟ୍ ଘଟଣା ଉପରେ ନଜର ରଖିଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories