www.samajalive.in
Sunday, December 7, 2025
16.1 C
Bhubaneswar

ଦିବ୍ୟାଙ୍ଗ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ

ଆଠଗଡ : ଆଠଗଡ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ବିଶ୍ଵନାଥ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ବିଜୟଲକ୍ଷ୍ମୀ ସାମଲଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ସମଗ୍ର ଶିକ୍ଷା ଅଭିଯାନର ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜକ ଚିତ୍ତରଞ୍ଜନ ପଣ୍ଡା, ଦୁଇ ସହକାରୀ ବ୍ଲକ ଶିକ୍ଷାଧିକାରୀ ଶିଶିର କୁମାର ମିଶ୍ର ଓ ରଞ୍ଜିତ ମହାନ୍ତି ଅତିଥି ରୂପେ ଯୋଗଦେଇ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ସରକାରୀ ସ୍ତରରେ ବ୍ୟାପକ ସହାୟତା ପ୍ରଦାନ କରାଯାଉଛି ବୋଲି କହିଥିଲେ ।

ଦିବ୍ୟାଙ୍ଗ ପିଲାଙ୍କ ଶିକ୍ଷା ସହିତ ସର୍ବାଙ୍ଗୀନ ବିକାଶ ପାଇଁ ସମସ୍ତେ ସହଯୋଗ କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଆଠଗଡ ବ୍ଲକର ୧୦ଜଣ ଶ୍ରବଣ ବାଧିତ ବିଦ୍ୟାର୍ଥୀଙ୍କୁ ଶ୍ରବଣ ଯନ୍ତ୍ର, ସିପି ଓ ଚଳନଗତ ସମସ୍ୟା ଥିବା ୧୬ ଜଣଙ୍କୁ ହ୍ୱିଲ ଚେୟାର, ତିନିଚକିଆ ସାଇକେଲ ଓ ରୋଲେଟର ପ୍ରଦାନ କରାଯାଇଥିଲା । ୧୦ ଜଣଙ୍କୁ ଏମଆର କିଟ୍ଓ ୮ଜଣଙ୍କୁ ଫିଜିଓ ବଲ୍ ମଧ୍ଯ ପ୍ରଦାନ କରାଯାଇଥିଲା । ଏହାଛଡା କେତେକ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ଅନ୍ୟାନ୍ୟ ଉପକରଣ ଆଣିବା ଲାଗି ପରୀକ୍ଷା ଓ ଚିହ୍ନଟ ପ୍ରକ୍ରିୟା ‘ଆଲମିକୋ’ ର ୪ଜଣ ବିଶେଷଜ୍ଞଙ୍କ ଦ୍ବାରା କରାଯାଇଥିଲା । ବ୍ଲକ ଅନ୍ତର୍ନିବେଶୀ ଶିକ୍ଷା ସାଧନ କର୍ମୀ ବିସ୍ମିତା ମହାନ୍ତି ଓ ମମତା ମହାନ୍ତିଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଅନ୍ତର୍ନିବେଶୀ ଶିକ୍ଷା ସ୍ୱେଚ୍ଛାସେବୀ ଉପସ୍ଥିତ ରହି ସହଯୋଗ କରିଥିଲେ । ଏଥିରେ ବହୁ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକ ଯୋଗ ଦେଇଥିଲେ । ବିଶ୍ଵନାଥ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଇନ୍ଦ୍ରମଣି ନାୟକ ସମସ୍ତ ସହାୟତା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories