www.samajalive.in
Tuesday, December 9, 2025
15.1 C
Bhubaneswar

ମାଟି ଅତଡ଼ା ଧସି ଚାପି ହୋଇଗଲେ ଶ୍ରମିକ

ଭୁବନେଶ୍ବର: ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଫାଶିଗୁଡ଼ାରେ ଅଘଟଣ। ମାଟି ଅତଡ଼ା ଧସି ଚାପି ହୋଇଗଲେ ଶ୍ରମିକ। ଘୋଡ଼ାହାଡ଼ ଡ୍ୟାମ ନିକଟ ଫାଶିଗୁଡ଼ାରେ ଧସିଲା ମାଟି। ରାସ୍ତାକାମ ଚାଲିଥିବାବେଳେ ମାଟି ଅତଡ଼ା ଧସିଲା। ମାଟି ଅତଡ଼ା ତଳେ ଚାପି ହୋଇଗଲେ ୫ ଶ୍ରମିକ। ମାଟି ଅତଡ଼ା ଧସି ଫଶି ରହିଥିବା ଶ୍ରମିକଙ୍କୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ୫ଜଣ ଶ୍ରମିକଙ୍କ ମଧ୍ୟରୁ ୨ଜଣ ଅବସ୍ଥା ଗୁରୁତର ହୋଇଛି। ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ପ୍ରକ୍ରିୟାର ଆରମ୍ଭ କରିଛି।

- Advertisement -

ନିର୍ମାଣ କାଯ୍ୟ ବେଳେ ମାଟି ତଳେ ପୋତି ହୋଇ ଯାଇଛନ୍ତି ୫ ଜଣ ମହିଳା ଶ୍ରମିକ। ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଘୋଡାହାଡ ଡ୍ୟାମ ନିକଟରେ ପୋଲ ନିର୍ମାଣ କାଯ୍ୟରେ ଏହି ମହିଳା ଶ୍ରମିଶ ନିୟୋଜିତ ଥିଲେ । ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଜେସିବି ସାହାଯ୍ୟରେ ମାଟି ତଳୁ ମହିଳାଙ୍କୁ ଉଦ୍ଧାର କରିଥିଲେ। ଏକାଧିକ ମହିଳାଙ୍କ ଅବସ୍ଥା ଗୁରୁତର ରହିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories