www.samajalive.in
Saturday, December 6, 2025
23.1 C
Bhubaneswar

ବିଜେଡିର ବିପ୍ଳବ ପାତ୍ରଙ୍କୁୁ ଟକ୍କର ଦେବେ ବିଜେପିର ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର: ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ପୂର୍ବତନ ବ୍ରହ୍ମପୁର ସାଂସଦ ସିଦ୍ଧାନ୍ତ ମହାପାତ୍ର ବିଧାନସଭା ନିର୍ବାଚନ ଲଢିବାକୁ ଯାଉଛନ୍ତି। ଦିଗପହଣ୍ଡିରୁ ବିଜେପି ସିଦ୍ଧାନ୍ତଙ୍କୁ ପ୍ରାର୍ଥୀ କରିଛି। ପୂର୍ବରୁ ଦୁଇ ଥର ସାଂସଦ ରହିଥିବା ସିଦ୍ଧାନ୍ତ ଦିଗପହଣ୍ଡିରେ ସୂର୍ଯ୍ୟପାତ୍ରଙ୍କ ପୁଅ ବିପ୍ଳବ ପାତ୍ରଙ୍କୁ ଟକ୍କର ଦେବେ। ୨୦୦୯ରେ ସିଦ୍ଧାନ୍ତ ମହାପାତ୍ରଙ୍କୁ ସୂର୍ଯ୍ୟପାତ୍ର ରାଜନୀତିକୁ ଆଣି ବିଜେଡିରେ ସାମିଲ କରାଇଥିଲେ। ଆଉ ସେହିଥର ନିର୍ବାଚନରେ ବ୍ରହ୍ମପୁରରୁ ସାଂସଦ ଭାବେ ଲଢି ବିଜୟୀ ହୋଇଥିଲେ ସିଦ୍ଧାନ୍ତ। ପରେ ୨୦୧୪ରେ ବି ଲୋକସଭା ନିର୍ବାଚନ ଲଢି ବିଜୟୀ ହୋଇଥିଲେ। ବିପ୍ଳବ ପାତ୍ର ଓ ସିଦ୍ଧାନ୍ତ ମହାପାତ୍ରଙ୍କ ମଧ୍ୟରେ ଏଠାରେ ଦମଦାର ଲଢେଇ ହେବ ବୋଲି ଚର୍ଚ୍ଚା ହେଉଛି। ୨୦୧୯ ନିର୍ବାଚନରେ ସୂର୍ଯ୍ୟ ପାତ୍ରଙ୍କ ବିରୋଧରେ ଦିଗପହଣ୍ଡି ଆସନରେ ପିଙ୍କି ପ୍ରଧାନଙ୍କୁ ବିଜେପି ପ୍ରାର୍ଥୀ କରିଥିଲା। ହେଲେ ପିଙ୍କି ପ୍ରଧାନ ଏଠାରେ ୪୦ହଜାରରୁ ଅଧିକ ଭୋଟରେ ପରାଜିତ ହୋଇଥିଲେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories