www.samajalive.in
Saturday, December 6, 2025
26.1 C
Bhubaneswar

ବ୍ରହ୍ମପୁରର ଶିଳ୍ପୀ ଦିଲୀପ ଗଢିଲେ କାଠରେ ଶ୍ରୀମନ୍ଦିର

ବ୍ରହ୍ମପୁର: ବ୍ରହ୍ମପୁର ସହରର ସାନ ରେଡ୍ଡିକା ସାହିର ଦିଲୀପ ମହାରଣା ବୟସ ୧୮ ବର୍ଷ। ପିତା ଭଗବାନ ମହାରଣା ଏବଂ ଶୁମାତା ଝୁନୁ ମହାରଣା। ଦିଲୀପ ଚଳିତ ରଥଯାତ୍ରା ଅବସରରେ ପୁରୀ ଶ୍ରୀ ଜଗନ୍ନାଥଙ୍କ ଏକ କାଠରେ ତିଆରି ୪ ଇଞ୍ଚ ମୂଳ ପୀଠ ସହ ୫.୬ ଇଞ୍ଚର ଏକ ଜଗନ୍ନାଥଙ୍କର ଶ୍ରୀମନ୍ଦିର ନିର୍ମାଣ କରିଛନ୍ତି। ଏହି ମନ୍ଦିର ତିଆରି କରିବା ପାଇଁ ଦିଲୀପକୁ ପ୍ରାୟ ଏକ ମାସରୁ ଉର୍ଦ୍ଧ ସମୟ ଲାଗିଥିଲା। ଶ୍ରୀ ମନ୍ଦିରର ଭିତରେ ମେଘନାଦ ପାଚେରୀ ମୁଖ୍ୟ ମନ୍ଦିର ଜଗମୋହନ ଭୋଗ ମଣ୍ଡପ ତା ସହ ନୀଳଚକ୍ର ଏବଂ ପତିତ ପାବନ ବାନା। ମନ୍ଦିର ବେଢା ଭିତରେ ଭିତର ବେଢା ଛୋଟ ବଡ଼ ୧୦ ରୁ ଅଧିକ ମନ୍ଦିର ଚାରି ଦ୍ୱାର ସିଂହ ଅଶ୍ୱ ବ୍ୟାଘ୍ର ଏବଂ ହସ୍ତୀ ଦ୍ୱାର ତା ସହ ଅରୁଣ ସ୍ତମ୍ବ ଏବଂ ଏକ ଇଞ୍ଚର ପତିତ ପାବନ ବିଗ୍ରହ ବି ଖୋଦିତ ହେଇଚି। ଆଗରୁ ସେ ଏକ ଇଞ୍ଚର ଦୁର୍ଗାଙ୍କର ମୂର୍ତ୍ତି ଏବଂ ରାମ ମନ୍ଦିର କରି ଇଣ୍ଡିଆ ଏବଂ ଏସିଆ ବୁକ ଅଫ ରେକର୍ଡ୍ସରେ ନିଜକୁ ଗ୍ରାଣ୍ଡ ମାଷ୍ଟର ଭାବରେ ସ୍ଥାନୀୟ କରିଛନ୍ତି।

- Advertisement -

ଆଜି ଶ୍ରୀମନ୍ଦିର ତିଆରି ପଛରେ ତାଙ୍କୁ ତାଙ୍କ ମାମୁଁ ବାସ୍ତୁବିତ ସାନ୍ୟାସୀ ମହାରଣା ପ୍ରେରଣା ଦେଇଥିବା ସହ ତାଙ୍କ ବାପା ଭଗବାନ ମହାରଣା ଏବଂ ଭାଇ ମନୋଜ ମହରାଣ ସହଯୋଗ କରିଥିଲେ ବୋଲି ପ୍ରକାଶ କରିଛନ୍ତି। କରୋନା ମହାମାରୀ ଭିତରେ ଲୋକ ମାନେ ମହାପ୍ରଭୁଙ୍କୁ ଦେଖିବା ପାଇଁ ସୁଯୋଗ ନ ପାଉଥିବା ବେଳେ। ତାଙ୍କ ହାତରେ ତିଆରି ଏହି କୀର୍ତିରାଜିକୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories