www.samajalive.in
Thursday, December 11, 2025
23.1 C
Bhubaneswar

କୋଲ୍ ବ୍ଲକ୍ ସ୍କାମ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲିପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

୧୯୯୯ ମସିହାରେ କୋଇଲା ଖାଦାନ ଆବଣ୍ଟନ ମାମଲାରେ ଅନିୟମିତତା ନିମନ୍ତେ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲିପ ରାୟ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ସିବିଆଇ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଏହି ମାମଲାରେ ଜଡିତ ଅନ୍ୟ ଦୁଇ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁ ମଧ୍ୟ ସିବିଆଇ ସ୍ୱତନ୍ତ୍ର ଅଦାଲତ ୩ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ କରିଛନ୍ତି। ପୂର୍ବରୁ ଦଣ୍ଡ ଘୋଷଣା ନେଇ ସମୟ ଧାର୍ଯ୍ୟ ହୋଇଥିଲେ ମଧ୍ୟ କୌଣସି କାରଣ ଯୋଗୁ ଅଦାଲତ ଆଜି ଏହା ଘୋଷଣା କରିବେ ବୋଲି ପୁନର୍ବାର ଘୋଷଣା କରିଥିଲେ। ଏହି ମାମଲାରେ ସିବିଆଇ ଦିଲୀପଙ୍କୁ ଆଜୀବନ କାରାବାସ ପ୍ରଦାନ କରାଯିବା ନିମନ୍ତେ ସ୍ବତନ୍ତ୍ର ଅଦାଲତରେ ଯୁକ୍ତି ବାଢ଼ିଥିଲା। ଅନ୍ୟପକ୍ଷରେ ଦିଲିପଙ୍କ ଓକିଲ ତାଙ୍କର ବୟସ ଓ ପୂର୍ବର ଉତ୍ତମ ଛବିକୁ ଦୃଷ୍ଟିରେ ରଖି ଦଣ୍ଡ ବିଧାନ କୋହଳ କରିବାକୁ ଅଦାଲତରେ ଅନୁରୋଧ କରିଥିଲେ। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ସ୍ବତନ୍ତ୍ର ଅଦାଲତର ବିଚାରପତି ଭରତ ପରାଶର ଦଣ୍ଡାଦେଶ ଅକ୍ଟୋବର ୨୬ରେ ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ।

୧୯୯୯ ମସିହାର କୋଇଲା ଦୁର୍ନୀତି ମାମଲାରେ ଦିଲୀପଙ୍କ ସହ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁ ଅଦାଲତ ପୂର୍ବରୁ ଦୋଷୀ ସାବ୍ୟସ୍ତ କରିଥିଲେ। ସେହିପରି କାଷ୍ଟନ୍ ଟେକନୋଲୋଜି ଲିମିଟେଡ୍, ଏହାର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଏବଂ କାଷ୍ଟନ୍ ମାଇନିଂ ଲିମିଟେଡକୁ ମଧ୍ୟ ଦୋଷୀ ସାବ୍ୟସ୍ତ କରାଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

Related Articles

Popular Categories