www.samajalive.in
Sunday, December 7, 2025
26.1 C
Bhubaneswar

ଲଘୁଚାପ ବଙ୍ଗୋପସାଗର ମୁହାଁ : ଚାରିଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା

ଭୁବନେଶ୍ବର : ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ଜାରି ରହିଥିବା ବେଳେ ଆଉ କିଛିଦିନ ପର୍ଯ୍ୟନ୍ତ ଏପରି ଅବସ୍ଥା ଲାଗିରହିବ। ଶନିବାର ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମଶଃ ଅବପାତରେ ପରିଣତ ହୋଇ ପରେ ଅଧିକ ସକ୍ରିୟ ହେବ। ପ୍ରଥମେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତା ୧ରୁ ୩ ତାରିଖ ମଧ୍ୟରେ ବାଂଲାଦେଶ ଓ ମିଆଁମାର୍‌ ମୁହାଁ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦକ୍ଷିଣପୂର୍ବ ବଙ୍ଗୋପସାଗ ଅଶାନ୍ତ ରହିବ ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ସମୁଦ୍ରରେ ୫୦ରୁ ୭୦ କିମି ବେଗରେ ପବନ  ବହିବ। ତେବେ ଓଡ଼ିଶା ଏବଂ ଆନ୍ଧ୍ର ପ୍ରଦେଶରେ ଏଥିଯୋଗୁଁ ଅଧିକ ବର୍ଷାର ସମ୍ଭାବନା ନାହିଁ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର କେତେକ ଜିଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ। ଆସନ୍ତା କାଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କୋରାପୁଟ, ଗଜପତି ଓ ରାୟଗଡ଼ା ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧ ତାରିଖ ଦିନ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଉପକୂଳବର୍ତ୍ତୀ ଜିଲା ସମେତ ଆଭ୍ୟନ୍ତରୀୟ ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ୪ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହ କାଳବୈଶାଖୀ ସମ୍ଭାବନା ଅଛି। ଆଜି ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୯.୨ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ବଲାଙ୍ଗୀର ଓ ବୌଦ୍ଧରେ ୩୮, ମାଲକାନଗିରିରେ ୩୭.୫, ତାଳଚେରରେ ୩୭.୪, ଭୁବନେଶ୍ବରରେ ୩୬.୭, କଟକରେ ୩୫.୫ ଡିଗ୍ରୀ ରେକର୍ଡ ହୋଇଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories