www.samajalive.in
Friday, December 5, 2025
27.1 C
Bhubaneswar

ଆଇନଜୀବୀଙ୍କୁ ପ୍ରଧାନ ବିଚାରପତିଙ୍କ ପରାମର୍ଶ ; ଆନ୍ଦୋଳନରୁ ଓହରିଯାଅ

କଟକ : ଆଇନଜୀବୀମାନେ ନିଜ ଜିଦରେ ଅଟଳ ରହି କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଥିବାବେଳେ ରବିବାର ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ବାର ଆସୋସିଏସନର ୬ଜଣିଆ ପ୍ରତିନିଧି ଦଳଙ୍କ ସହ ଜୁଡିସିଆଲ ଏକାଡେମୀ ପରିସରରେ ଆଲୋଚନା କରିଛନ୍ତି। ଆନ୍ଦୋଳନରୁ ଓହରି କାର୍ଯ୍ୟରେ ଯୋଗଦେବାକୁ ଜଷ୍ଟିସ ମିଶ୍ର ଆଇନଜୀବୀଙ୍କୁ ପରାମର୍ଶ ଦେଇଛନ୍ତି।
ଏହି ପ୍ରତିନିଧି ଦଳ ଆଲୋଚନା ସମୟରେ ନିଜର ଦାବି ସଂପର୍କରେ ଜଷ୍ଟିସ ମିଶ୍ରଙ୍କୁ ଅବଗତ କରାଇଥିଲେ। ଆଇନଜୀବୀଙ୍କ ଦାବି ସଂପର୍କରେ ଆଇନ ବ୍ୟବସ୍ଥା ଅନୁସାରେ ପଦକ୍ଷେପ ନିଆଯିବ ବୋଲି ପ୍ରଧାନ ବିଚାରପତି ଜଷ୍ଟିସ ମିଶ୍ର କହିଛନ୍ତି। ପ୍ରତିନିଧି ଦଳରେ ବରିଷ୍ଠ ଆଇନଜୀବୀ ତଥା ରାଜ୍ୟ ବାର କାଉନସିଲ ଅଧ୍ୟକ୍ଷ ଡକ୍ଟର ଟହଲି ଚରଣ ମହାନ୍ତି, ହାଇକୋର୍ଟ ବାର ଆସୋସିଏସନର ପୂର୍ବତନ ସଭାପତି ଡକ୍ଟର ଅଶୋକ କୁମାର ମହାପାତ୍ର, ବରିଷ୍ଠ ଆଇନଜୀବୀ ପି କେ ରାୟ, ହାଇକୋର୍ଟ ବାର ଆସୋସିଏସନ ସଂପାଦକ ସତ୍ୟବ୍ରତ ମହାନ୍ତି, ଉପ ସଭାପତି ବଂଶୀଧର ଶତପଥୀ, କ୍ରିମିନାଲ କୋର୍ଟ୍ସ ବାର ଆସୋସିଏସନ ସଭାପତି ଅକ୍ଷୟ କୁମାର ପତି ସାମିଲ ଥିଲେ। ହାଇକୋର୍ଟ ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତି ଆଲୋଚନାରେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଅଭିଯୁକ୍ତ ପୁଲିସ କର୍ମଚାରୀଙ୍କୁ ଗିରଫ ଦାବିରେ ୩୩ଦିନ ଧରି ଆଇନଜୀବୀଙ୍କ ଆନ୍ଦୋଳନ ଚାଲିଥିବାରୁ କୋର୍ଟ କାର୍ଯ୍ୟରେ ବାଧା ସୃଷ୍ଟି ହେବା ସହ ମହକିଲମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

Hot this week

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

Related Articles

Popular Categories