www.samajalive.in
Saturday, December 6, 2025
26.1 C
Bhubaneswar

ଦୀପକ ସାହୁଙ୍କୁ ପରିବେଶ ରତ୍ନ ସମ୍ମାନ

ଭୁବନେଶ୍ୱର: ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ପରିବେଶ ସୁରକ୍ଷା ଓ ଜଳ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମନୋନୀତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯାଇଥିଲା। ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରିବେଶବିତ୍ ଦୀପକ କୁମାର ସାହୁଙ୍କୁ ‘ପରିବେଶ ରତ୍ନ’ ସମ୍ମାନରେ ସମ୍ମାନିତ କରିଥିଲେ। ଏହି ଅବସରରେ ଜଳ ସଂରକ୍ଷଣ ଉପରେ ଏକ ଜାତୀୟ କର୍ମଶାଳା ଆୟୋଜିତ ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଫାଉଣ୍ଡେସନର ସଭାପତି ଡ. ବିପିନ ବିହାରୀ ମିଶ୍ର, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ଶାସନ ସଚିବ ମନୋରଞ୍ଜନ ମହାପାତ୍ର, ପରିବେଶବିତ୍ ପ୍ରଫେସର ଜୟକୃଷ୍ଣ ପାଣିଗ୍ରାହୀ, ସଂଗ୍ରାମ କେଶରୀ ପାଇକରାୟ, ବୈଜ୍ଞାନିକ ଡ. ପ୍ରମୋଦ କୁମାର ପଣ୍ଡା, ଡିଏଫ୍ଓ ଅଜିତ କୁମାର ଶତପଥୀ, ଆୟୋଜକ ରବୀନ୍ଦ୍ରନାଥ ରାଉତରାୟ ପ୍ରମୁଖ ଯୋଗ ଦେଇଥିଲେ।
ଦୀପକ କୁମାର ସାହୁ ପେଶାରେ ଜଣେ ଚାଟାର୍ଡ ଆକାଉଣ୍ଟାଣ୍ଟ ହୋଇଥିବାବେଳେ ନିଶାରେ ଜଣେ ପରିବେଶପ୍ରେମୀ। ପରିବେଶ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବହୁ ସେବା ଅନୁଷ୍ଠାନର ଉପଦେଷ୍ଟା ଭାବରେ ସେ କାର୍ଯ୍ୟ କରୁଛନ୍ତି। ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ‘ପରିବେଶ ରତ୍ନ’ ସମ୍ମାନରେ ସମ୍ମାନିତ କରାଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories