ସମାଜ ଡିଜିଟାଲ ଡେସ୍କ: ପୁଣି ଥରେ ଗତିପଥ ବଦଳାଉଛି ବାତ୍ୟା ‘ଦାନା’। ପୂର୍ବରୁ ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦୀପ ମଧ୍ୟରେ ବାତ୍ୟାର ପ୍ରଭାବ ରହିବ ବୋଲି ଆକଳନ କରାଯାଇଥିଲା। କିନ୍ତୁ ବାତ୍ୟା ପଶ୍ଚିମବଙ୍ଗ ଯିବ ନାହିଁ। ଉପପୂଳ ଏବଂ ଉତ୍ତର ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଛୁଇଁବା ପରେ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାକୁ ମୁହାଁଇବ। ଯାହାଫଳରେ ଉତ୍ତର ଓଡ଼ିଶା ପରେ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୁଳ, ଯାଜପୁର ଏବଂ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁର ଜିଲାରେ ବାତ୍ୟାର ପ୍ରଭାବ ପଡ଼ିବା ସମ୍ଭାବନା ରହିଛି।
Popular Categories



