www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସଚେତନତା କାର୍ଯ୍ୟକ୍ରମ

ଚୌଦ୍ୱାର : କଳିଙ୍ଗ ନୋଡ଼ାଲ ବିଦ୍ୟାପୀଠରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସଚେତନତା କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ଗୌତମ କୁମାର ଆଚାର୍ଯ୍ୟଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ କ୍ରୀଡ଼ା ଶିକ୍ଷକ ଉତ୍ତମ କୁମାର ସ୍ୱାଇଁ ୧୯୯୯ ମସିହା ଅକ୍ଟୋବର ୨୯ରେ ଅନୁଷ୍ଠିତ ମହାବାତ୍ୟାର ଭୟାବହତା ଓ ବିଭତ୍ସତା ସମ୍ପର୍କରେ ଆଲୋଚନା କରି ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବିଲା କରିବା ପାଇଁ ଧୌର୍ଯ୍ୟ, ସାହସ, ପରସ୍ପର ସହଯୋଗ ଓ ପୂର୍ବ ପ୍ରସ୍ତୁତି ଅତ୍ୟନ୍ତ ଜରୁରୀ ବୋଲି ମତବ୍ୟକ୍ତ କରିବା ସହିତ ବିପର୍ଯ୍ୟୟ ସମୟରେ ପ୍ରତି କ୍ଷେତ୍ରରେ ସଜାଗ ରହିବା ପାଇଁ ପରାମର୍ଶ ଦେଇଥିଲେ । ଶିକ୍ଷକ ପଞ୍ଚାନନ ମଲ୍ଲ, ସୋନାଲୀ ମହାପାତ୍ର, ମହେନ୍ଦ୍ର ସାହୁ ପ୍ରମୁଖଙ୍କ ସମେତ ବହୁ ଛାତ୍ରଛାତ୍ରୀ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଶିକ୍ଷକ ପ୍ରଦୀପ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories