ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ, ବିଜୟ ମହାପାତ୍ର ବିଜେପିରୁ ବହିଷ୍କୃତ
ଭୁବନେଶ୍ୱର: ଆଜି ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ତାଙ୍କୁ ବହିଷ୍କୃତ କରାଯାଇଛି। ସେହିପରି ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କୃତ କରାଯାଇଛି।
ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାପାତ୍ର ଓ ଶାରଦା ପ୍ରଧାନ, ଏସ୍ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.