www.samajalive.in
Friday, December 12, 2025
14.1 C
Bhubaneswar

କୁଟିଆ କନ୍ଧ ଉନ୍ନୟନ ସଂସ୍ଥାରେ ବ୍ଲକର ସବୁ ପଞ୍ଚାୟତକୁ ସାମିଲ ଦାବି

ଲାଞ୍ଜିଗଡ଼ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା କୁଟିଆ କନ୍ଧ ଆଦିବାସୀ ସମୂହ ତଥା ସେମାନଙ୍କ ବସତି ଅଞ୍ଚଳ ସମେତ ବ୍ଲକର ସମସ୍ତ ପଞ୍ଚାୟତ ଅଞ୍ଚଳକୁ କୁଟିଆ କନ୍ଧ ଉନ୍ନୟନ ସଂସ୍ଥାରେ ଅନ୍ତର୍ଭୁକ୍ତ କରିବା ସହିତ ସେଇସବୁ ଅଞ୍ଚଳର ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବା ଦାବିରେ ଶୁକ୍ରବାର ଲାଞ୍ଜିଗଡ଼ ବ୍ଲକ ସରପଞ୍ଚ ସଂଘର କର୍ମକର୍ତ୍ତାମାନେ କୁଟିଆ କନ୍ଧ ଉନ୍ନୟନ ସଂସ୍ଥା କର୍ତ୍ତୁପକ୍ଷଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। ଏଇ ଅବସରରେ ସଂଘର କର୍ମକର୍ତ୍ତା କୁଟିଆ କନ୍ଧ ଉନ୍ନୟନ ସଂସ୍ଥାର ସ୍ବତନ୍ତ୍ର ଅଧିକାରୀ ଶରତ ଚନ୍ଦ୍ର ସାହୁଙ୍କୁ ସାକ୍ଷାତ କରି ଏନେଇ ଆଲୋଚନା କରିଥିଲେ। ଏଇ ସମୟରେ କୁଟିଆକନ୍ଧ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରବନ୍ଧକ ଲମ୍ବୋଦର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ। ସରପଞ୍ଚ ସଂଘର କର୍ମକର୍ତ୍ତା ତଥା ଲାଞ୍ଜିଗଡ଼ ସରପଞ୍ଚ ସରସ୍ବତୀ ମୁଣ୍ଡା, ବସନ୍ତପଡ଼ା ସରପଞ୍ଚ ଚାଞ୍ଚେର ମାଝୀ, କାନକୁଟ୍ରୁ ସରପଞ୍ଚ ବନମାଳୀ ମାଝୀ, ବେନଗାଁ ସରପଞ୍ଚ ପୁରାଣା ମାଝୀ, ଚମ୍ପାଦେଇପୁର ସରପଞ୍ଚ ନରେନ୍ଦ୍ର ମାଝୀ, କମର୍ଦ୍ଧା ସରପଞ୍ଚ ସୁଶୀଳା ନାଏକ, ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ମମତା ଶବର, ଗୋବର୍ଦ୍ଧନପୁର ସରପଞ୍ଚ ବୈଦେହୀ ମାଝୀ, ପାହାଡ଼ପଦର ସରପଞ୍ଚ ଲକ୍ଷ୍ମଣ ମାଝୀ, ବାତେଲିମା ସରପଞ୍ଚ କରୁଣା ମାଝୀ, ଲାଖବାହାଲି ସରପଞ୍ଚ ପଦ୍ମିନୀ ମାଝୀଙ୍କ ସମେତ ଅନ୍ୟ ସରପଞ୍ଚମାନେ ଉପସ୍ଥିତ ରହି ଆଲୋଚନାରେ ସାମିଲ ହୋଇଥିଲେ। ସେହିପରି ସରପଞ୍ଚ ସଂଘର କର୍ମକର୍ତ୍ତା ଲାଞ୍ଜିଗଡ଼ ଗସ୍ତରେ ଆସିଥିବା  ଆଇଟିଡିଏ ପିଏ ଟୁନୁ ମେହେରଙ୍କ ସହିତ ଆଲୋଚନା କରିଥିବା ଜଣାପଡ଼ିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories