www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ଦେଖି ମୁହଁ ବୁଲାଇଦେଲେ ସ୍ବାସ୍ଥ୍ୟକର୍ମୀ, ଭିଡିଓ ଭାଇରାଲ

ବ୍ରସେଲ୍ସ: ବେଲ୍‌ଜିୟମ ପ୍ରଧାନମନ୍ତ୍ରୀ ସୋଫୀ ବିଲ୍‌ମେସ୍‌ ଏକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିଛନ୍ତି। ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କ ସହିତ ବ୍ରସେଲ୍ସର ସେଣ୍ଟ ପିଟର ହସ୍ପିଟାଲ ଗସ୍ତ କରିବା ସମୟରେ ଅଡୁଆ ପରିସ୍ଥିତିର ସମ୍ମୁଖୀନ ହୋଇଥିଲେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ହସ୍ପିଟାଲର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନେ ବାହାରେ ଦୁଇପାର୍ଶ୍ଵରେ ଧାଡ଼ି ବାନ୍ଧି ଛିଡ଼ା ହୋଇଥିଲେ। ପ୍ରଧାନମନ୍ତ୍ରୀଙ୍କ କାର୍‌କେଡ୍‌ ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନେ ଜୋରଦାର ସ୍ବାଗତ କରିବା ବଦଳରେ ତାଙ୍କୁ ଦେଖି ମୁହଁ ବୁଲାଇ ଛିଡ଼ା ହୋଇଥିଲେ। ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସୂଚନାଯୋଗ୍ୟ, ବେଲ୍‌ଜିୟମରେ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି। ୫୨ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବାବେଳେ ୯ ହଜାରରୁ ଅଧିକ ପ୍ରାଣ ହରାଇଛନ୍ତି। କିନ୍ତୁ ସେଠାରେ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଆବଶ୍ୟକ ସୁରକ୍ଷା ଉପକରଣ ପ୍ରଦାନ କରାଯାଉ ନାହିଁ। ଏହାକୁ ନେଇ ସ୍ବାସ୍ଥ୍ୟକର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଏହି କାରଣରୁ ପ୍ରଧାନମନ୍ତ୍ରୀ ଯେତେବେଳେ ପିଟର ହସ୍ପିଟାଲକୁ ସ୍ଥିତି ପରଖିବାକୁ ଯାଇଥିଲେ ସେତେବେଳେ କର୍ମଚାରୀମାନେ ନିଜର ଅସନ୍ତୋଷ ପ୍ରକାଶ କରିବା ଲାଗି ଏଭଳି ବ୍ୟବହାର ପ୍ରଦର୍ଶନ କରିଥିଲେ।

- Advertisement -

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories