www.samajalive.in
Monday, December 15, 2025
15.1 C
Bhubaneswar

ଜିଲାସ୍ତରୀୟ ଅଭିଯୋଗ ଶୁଣାଣୀରେ ୧୧୮ଅଭିଯୋଗର ଫଇସଲା

କେନ୍ଦୁଝରଗଡ଼ : ଦରବାରହଲ ଠାରେ ସୋମବାର ଜିଲାପାଳ ଆଶିଷ ଠାକରେ ଓ ଏସ୍.ପି. ନିତିନ କୁଶଲକରଙ୍କ ମିଳିତ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜିଲାସ୍ତରୀୟ ଅଭିଯୋଗ ଶୁଣାଣୀରେ ଗ୍ରହଣ କରାଯାଇଥିବା ମୋଟ ୨୩୩ଟି ଅଭିଯୋଗ ମଧ୍ୟରୁ ୧୧୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୩୫ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା ମୂଳକ ହୋଇଥିବା ବେଳେ ୧୯୮ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌‌ ପାଣ୍ଠିରୁ ସହାୟତା ପାଇଁ ୭ଟି ଦରଖାସ୍ତ ଗ୍ରହଣ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଯଦୁମଣି ମହଲା,  କେନ୍ଦୁଝର ଆଇଟିଡିଏ ପି.ଏ ତପନ କୁମାର ନାଏକ, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ପୃଷ୍ଟି, ଡେପୁଟି କଲେକ୍ଟର (ଆପତକାଳୀନ) ସୁରଞ୍ଜିକା ବେହେରା, ଡେପୁଟି କଲେକ୍ଟର ସୁଚିସ୍ମିତା ଦାଶ, ଡେପୁଟି କଲେକ୍ଟର ଶିବବ୍ରତ ତ୍ରିପାଠୀ, କେନ୍ଦୁଝର ସଦର ବିଡିଓ ବିକାଶ ଚନ୍ଦ୍ର ସାହୁ ଏବଂ କେନ୍ଦୁଝର ତହସିଲଦାର ଆଶିଷ ମହାପାତ୍ରଙ୍କ ସମେତ ଜିଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏହି ଅଭିଯୋଗଶୁଣାଣି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories