www.samajalive.in
Sunday, December 7, 2025
26.1 C
Bhubaneswar

ଭୋଟ୍ ଗଣତି ପାଇଁ ଜିଲା ପ୍ରଶାସନର ପ୍ରସ୍ତୁତି ଶେଷ

ବୌଦ୍ଧ: ଆସନ୍ତା ୪ ତାରିଖରେ ହେବାକୁ ଯାଉଛି ଭୋଟ ଗଣତି । ଗଣତି ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୁଡ଼ାନ୍ତ କରାଯାଇଛି। ଜିଲାର ଦୁଇଟି ବିଧାନସଭା ଆସନ ପାଇଁ ପୃଥକ ଭାବରେ ଚାରି ଗୋଟି କକ୍ଷରେ ଭୋଟ ଗଣତି କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ଆସନ୍ତା ୪ ତାରିଖ ଦିନ ଘୋଷଣା ହେବ ନିର୍ବାଚନର ଫଳାଫଳ। କଡା ସୁରକ୍ଷା ବଳୟ ମଧ୍ୟରେ ଷ୍ଟ୍ରଙ୍ଗ ରୁମରେ ରହିଛି ଇଭିଏମ । ଗଣତି ଦିନ ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ଆରମ୍ଭ ହେବ । ପରେ ସାଢେ ୮ଟାରୁ ଇଭିଏମ ମେସିନରେ ପଡ଼ିଥିବା ଭୋଟ ଗଣତି ଆରମ୍ଭ ହେବ । ବୌଦ୍ଧ ନିର୍ବାଚନ ମଣ୍ଡଳୀର ୧୯୬ ବୁଥ ପାଇଁ ୧୨ଟି ରାଉଣ୍ଡରେ ୧୭ଟି ଟେବୁଲ୍ ଓ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୨୧୭ ବୁଥ ପାଇଁ ୧୪ଟି ରାଉଣ୍ଡରେ ୧୭ଟି ଟେବୁଲରେ ଇଭିଏମ ମେସିନର ଗଣତି ହେବ ବୋଲି ସୂଚନା ମିଳିଛି । ଏଥିପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ସମସ୍ତ ଅଞ୍ଚଳକୁ ସୁରକ୍ଷା ଦୃଷ୍ଟିରୁ ସିଲ ରଖାଯାଇ ଚବିଶ ଘଣ୍ଟା କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯିବ। ଭୋଟ ଗଣନା ପ୍ରକ୍ରିୟା ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରାଯାଇଛି। ବୌଦ୍ଧ ଜିଲ୍ଲାର ଉଭୟ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ଗତ ୨୦ ତାରିଖରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories