www.samajalive.in
Monday, December 15, 2025
15.1 C
Bhubaneswar

ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ ମହାତ୍ମା ଗାନ୍ଧୀ

ମାଲକାନଗିରି: ଜିଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରେ  ୧୫୬ ତମ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇ ମାଲ୍ୟାର୍ପଣ ସହ ମହାତ୍ମାଙ୍କ ସ୍ମୃତିଚାରଣ କରିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ସୋମନାଥ ପ୍ରଧାନ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ନରେଶ ଚନ୍ଦ୍ର ଶବର, ତହସିଲଦାର, ଲଳିତ ବାଘ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ତେରେସ୍କଭା ମଲ୍ଲିକ, ଜିଲ୍ଲା ସଂସ୍କୃତି ଅଧିକାରୀ, ସନ୍ତ୍ରାସ ନାରାୟଣ ପଣ୍ଡା, ମୁଖ୍ୟ ବକ୍ତା ଭାବେ  ଡ଼ା ଧନେଶ୍ଵର ମହାପାତ୍ର ଓ ଡ଼ଃ ରଞ୍ଜନ ସ୍ୱାଇଁ ମଞ୍ଚାସୀନ ଥିଲେ।
ମହାତ୍ମା ଗାନ୍ଧୀ ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ  ଅହିଂସା ମାର୍ଗକୁ ଆପଣାଇଥିଲେ । ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ ।ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଉପସ୍ଥିତ ଅତିଥି ମାନେ ଆହୁରି ମଧ୍ୟ କହିଥିଲେ ଯେ  ନିଜ ଆଖପାଖ ପରିସର ଯେପରି କି ଘର ପରିସର, ସ୍କୁଲ, ଅଫିସ ପରିସର କୁ ସ୍ବଚ୍ଛ, ପରିଷ୍କାର ରଖିବା, ଗରୀବମାନଙ୍କୁ ସହଯୋଗ କରିବା ଆଦି ଛୋଟ ଛୋଟ ପ୍ରୟାସ କରି ଗାନ୍ଧୀଜୀଙ୍କ ଆଦର୍ଶକୁ ଅନୁସରଣ କରି ପାରିବା ।
ସେହିପରି ଗାନ୍ଧିଜୀଙ୍କ ଅଂହିସା, ସତ୍ୟ ଓ ଶାନ୍ତି ମାର୍ଗରେ ଅନୁପ୍ରାଣିତ ହେବା ପାଇଁ  ଛାତ୍ରଛାତ୍ରୀଙ୍କୁ ଆହ୍ଵାନ କରଯାଇଥିଲା । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ପ୍ରମିଳା ମାଝୀ ସ୍ବାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସରୋଜ ଦାସ ଓ ଲାଲୁ ତୁଷାର ପାଣି ଉପସ୍ଥିତ ରହି ସର୍ବଧର୍ମ ପ୍ରାର୍ଥନା କରିଥିଲେ। ଜବାହର ନବୋଦୟ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗାନ୍ଧିଜୀଙ୍କ ପ୍ରିୟ ଆଶ୍ରମ ଭଜନ ବୈଷ୍ଣବ ଜନତୋ ଓ ରଘୁବତି ରାଘବ ରାଜାରାମ ପରିବେଷଣ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ, ମନସ୍ଵୀ ସେଠୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ସସ୍ମିତା ସ୍ବାଇଁ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଆୟୋଜନ କରିବାରେ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ସହଯୋଗ କରିଥିଲେ।
ଏହି ଦିବସରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସ୍ୱଚ୍ଛତା ଦିବସ ପାଳନ କରାଯାଇଛି। ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅଧିନରେ ସର୍ବଶ୍ରେଷ୍ଠ ଏମବିକେ,  ସିଆରପି, ବିପିଏମ୍ ଙ୍କ ସମେତ ବିଡିଓଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories