www.samajalive.in
Wednesday, December 10, 2025
14.1 C
Bhubaneswar

କଳାପଥରରେ କଟକ ଜିଲ୍ଲାସ୍ତରୀୟ ଖୋ ଖୋ ପ୍ରତିଯୋଗିତା

କଳାପଥର: କଟକ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦେଶକ୍ରମେ ବାଙ୍କୀ ବ୍ଲକ ଅନ୍ତର୍ଗତ କଳାପଥର ଧଳାପଥର ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ବ୍ଲକସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଆରମ୍ଭ ହୋଇଛି। ଜିଲ୍ଲା କ୍ରୀଡା ସଂଗଠନ ପକ୍ଷରୁ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ କଟକ ଜିଲ୍ଲାର ୧୪ଟି ବ୍ଲକ ଅଧୀନ ସରକାରୀ ଉଚ୍ଚ ବିଦ୍ୟାଳୟର ୫୬ ଟିମ ଅଂଶ ଗ୍ରହଣ କରିଛନ୍ତି। ବାଙ୍କୀ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସେଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ କ୍ରୀଡା ପତାକା ଉତ୍ତୋଳନ ପୂର୍ବକ ପ୍ରତିଯୋଗିତାର ଶୁଭାରମ୍ଭ କରିଥିଲେ। ଜଗନ୍ନାଥପୁର ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାକାନ୍ତ ବେହେରା, ନାଟେରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ଉଦଘାଟନ ଉତ୍ସବରେ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ରଣା, ବିଶେଷ ଅତିଥି ଭାବେ ଶାରୀରିକ ଶିକ୍ଷା ଅଧିକାରୀ  ସୁଶ୍ରୀ ସୌଦାମିନୀ ଦାସ, ଅତିରିକ୍ତ ମଣ୍ଡଳ ଅଧିକାରୀ ରୁକ ନାୟକ, ବଳରାମ ମୁଦୁଲି, ଵକ୍ତା ଭାବେ ଆଲୁମିନି କମିଟି ସଭାପତି କୈଳାସ ଚନ୍ଦ୍ର ସାମନ୍ତରାୟ, ଶିକ୍ଷାବିତ ବୈଦ୍ୟନାଥ ରାଉତ, ବାଙ୍କୀ କ୍ରୀଡା ସମ୍ପାଦକ ପୁଷ୍ପାଞ୍ଜଳି ସେଠୀ ପ୍ରମୁଖ ସନମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସମାଜସେବୀ ପ୍ରଦୀପ କୁମାର ପଟ୍ଟନାୟକ, ପ୍ରତାପ କୁମାର ମହାପାତ୍ର, ନରେଶ କୁମାର ସାହୁ ସହଯୋଗ କରିଥିଲେ। ଶେଷରେ ପୁରାତନ ଛାତ୍ର ଆଇନଜୀବୀ ପ୍ରଦୀପ କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories