www.samajalive.in
Saturday, December 6, 2025
14.1 C
Bhubaneswar

ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା, ସାମିଲ ହେଲେ ୨ ହଜାରରୁ ଉର୍ଦ୍ଧ୍ବ ଖେଳାଳି

ଫୁଲବାଣୀ : ଏବେ ନୂଆ-ଓ ମାଧ୍ୟମରେ ଯୁବଗୋଷ୍ଠୀଙ୍କୁ ସଶକ୍ତିକରଣ କରିବା ତଥା ସେମାନଙ୍କ ଲୁକ୍କାୟିତ ପ୍ରତିଭାର ଅନ୍ୱେଷଣ ନିମନ୍ତେ ଓଡ଼ିଶା ସରକାରଙ୍କ ଦ୍ୱାରା ବିଭିନ୍ନ ପଦକ୍ଷେପ ନିଆଯାଉଛି । ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ଓ କ୍ରୀଡ଼ା ଦକ୍ଷତାକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ନୂଆ-ଓ କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ, ଜିଲ୍ଲା ସଦରମହକୁମା ପୂଲବାଣୀର ବିଭିନ୍ନ ସ୍ଥାନରେ ଆଜି ଜିଲ୍ଲାସ୍ତରୀୟ ନୂଆ-ଓ କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ଏଥିରେ ୧୨ ଗୋଟି ବ୍ଲକ ସମେତ ଫୁଲବାଣୀ ପୌର ପରିଷଦର ପ୍ରତିଯୋଗୀମାନେ ଅଂଶ ଗ୍ରହଣ କରିଥିଲେ ।

ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ରଦନ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର , ଜିଲ୍ଲା କ୍ରୀଡ଼ା ସଂଘର ସମ୍ପାଦକ ଶିବ ପ୍ରସାଦ ତ୍ରିପାଠୀ , କନ୍ଧମାଳ ଅତିରିକ୍ତ ଜିଲ୍ଲାପାଳ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶୋକ କୁମାର ଭୋଇ ତାଙ୍କ ପ୍ରାରମ୍ଭିକ ଭାଷଣ ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ଉପ-ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଧନ୍ୟବାଦ ଅର୍ପଣ କରିବା ସହିତ ପିଲାମାନଙ୍କୁ ଶୃଙ୍ଖଳିତ ଭାବରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରିବାକୁ ପରାମର୍ଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଫୁଲବାଣୀ ଆଇ.ଟି.ଡ଼ିର ପ୍ରକଳ୍ପ ପ୍ରଶାସକ ପ୍ରବୀଣ କୁମାର ବାଣୁଆ , ଜିଲା କ୍ରିଡ଼ା ଅଧିକାରୀ ସମୀର ନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଜିଲା ପରିଷଦ ଓ କ୍ରୀଡ଼ା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ବିଭିନ୍ନ ବିଦ୍ୟାଳୟର ଖେଳ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ପରିଚାଳନାରେ ସହଯୋଗ କରିଥିଲେ । ୨୯ ତାରିଖରେ ଏହାର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହେବ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories