www.samajalive.in
Friday, December 5, 2025
26.1 C
Bhubaneswar

ଭୁବନେଶ୍ଵରରେ ରାତି ୯ଟା ପରେ ବାଣଫୁଟା ବନ୍ଦ

ଭୁବନେଶ୍ୱର:ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି। ଏହାପୂର୍ବରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି। ତେବେ ଦୀପାବଳିରେ ଭୁବନେଶ୍ଵରରେ ରାତି ୯ଟା ପରେ ବାଣଫୁଟାକୁ ବାରଣ କରାଯାଇଛି। ଏ ନେଇ କଡା ନିର୍ଦେଶ ଦେଇଛନ୍ତି ଭୁବନେଶ୍ଵର ଡିସିପି ଜଗମୋହନ ମୀନା।
ସେ କହିଛନ୍ତି ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସବୁଜ ବାଣ ଫୁଟାଇବାକୁ ପୁଲିସ୍‌ ଜନସାଧାରଣଙ୍କୁ ଅନୁରୋଧ କରିଛି। ଏବଂ ମଦ ପିଇ ଯଦି କେହି ଗାଡି ଚଳାଉଛି ତେବେ ଉକ୍ତ ଚାଳକକୁ ଅଟକ ରଖାଯିବା ସ୬ହ ଗାଡିକୁ ଜବତ କରି ପିସିଆର୍‌ ଭ୍ୟାନ୍ ନେଇଯିବ। ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ୍ ଆଲର୍ଟ ପାଇଁ ନିର୍ଦେଶ ରହିଛି। ବେଆଇନ୍ ଭାବେ ବାଣ ବିକ୍ରି କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି କହିଛନ୍ତି। ବାଣର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ। ବଗିଚା, ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବାରଣ କରାଯାଇଛି ।
ଖୋଲା ଜାଗାରେ ବାଣ ଫୁଟାଇପାରିବେ। କିନ୍ତୁ ତାହା କେବଳ ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବର୍ଷରୁ କମ୍ ବୟସର ଶିଶୁମାନେ ଶବ୍ଦ-ସୃଷ୍ଟି କରୁଥିବା ବାଣ ଫୁଟାଇପାରିବେ ନାହିଁ। ବାଣ ଫୁଟାଇବା ସମୟରେ ସୁରକ୍ଷା ପ୍ରତି ଧ୍ୟାନ ଦେଇ ସୂତା ପୋଷାକ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ଏଥିରେ ଖିଲାପ କରିବେ, ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories