www.samajalive.in
Saturday, December 6, 2025
14.1 C
Bhubaneswar

ହାତୀ ଆକ୍ରମଣରେ ୩ ମୃତ: ରାସୋଳ ଫରେଷ୍ଟର ଏବଂ ଫରେଷ୍ଟ ଗାର୍ଡ ନିଲମ୍ବିତ, ମିଳିବ କ୍ଷତିପୂରଣ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବାଗଧରିଆ ଗାଁରେ ହାତୀ ଆତଙ୍କ। ଦନ୍ତା ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନଥିବାବେ​‌ଳେ ଶୌଚ ପାଇଁ ଘରୁ ବାହାରକୁ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି। ସେପଟେ ଏହି ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ରାସୋଳ ଫରେଷ୍ଟର ଏବଂ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ କରାଯାଇଛି। ଅନ୍ୟପଟେ ୩ ମୃତକଙ୍କ ପରିବାରକୁ କ୍ଷତିପୂରଣ ମିଳିବ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ। ସେ କହିଛନ୍ତି କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ। ମୃତକଙ୍କ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତିି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories