www.samajalive.in
Saturday, December 6, 2025
14.1 C
Bhubaneswar

ଯୁବକଙ୍କ ଉପରେ ମାଡିଗଲା ବାଲି ବୋଝେଇ ହାଇୱା: କ୍ଷତିପୂରଣ ଦାବିରେ ଉତ୍ତେଜନା

ଢେଙ୍କାନାଳ: ଢେଙ୍କାନାଳ ମୁଖ୍ୟ ରାସ୍ତାର ମହୁଲି ଗାଁ ପଞ୍ଚସଖା ରାଇସ ମିଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଯୁବକଙ୍କ ଉପରେ ମାଡିଗଲା ବାଲି ବୋଝେଇ ହାଇୱା। ଶନିବାର କପିଳାସ ସ୍ଥିତ ଚନ୍ଦ୍ରଶେଖରଙ୍କ ଦର୍ଶନ ଲାଗି ଯିବାବେଳେ ଏଭଳି ଅଘଟଣ ଘଟିଛି। ମୃତକ ଆଲୁଅଝରଣ ଗାଁର ଶାମ୍ବ କୁମାର ସାହୁ ବୋଲି ଜଣାପଡିଛି। ଦୁର୍ଘଟଣା ପରେ ହାଇୱା ଚାଳକ ଗାଡ଼ି ଛାଡ଼ି ଚମ୍ପଟ ମାରିଥିଲା। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ ଲୋକ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ପରେ ଖବର ପାଇ ପୁଲିସ୍ ପହଞ୍ଚି ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।  ତେବେ ଶାମ୍ବଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories