www.samajalive.in
Tuesday, December 9, 2025
16.1 C
Bhubaneswar

ଡିଏଲ ଓ ଏଲଏଲ ପରୀକ୍ଷା ବାତିଲ

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ରେ ଡ୍ରାଇଭିଂ ଏବଂ ଲର୍ନିଂ ଲାଇସେନ୍ସ ଟେଷ୍ଟକୁ ବାତିଲ କରିଦିଆଯାଇଛି। ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସଟିଏ) ମଙ୍ଗଳବାର ଏହାକୁ ବାତିଲ କରିଛନ୍ତି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ପରିବହନ କମିଶନରଙ୍କ ନିର୍ଦେଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

ଆସନ୍ତା ୨୨ ତାରିଖରୁ ଏହି ନିର୍ଦେଶ କାର୍ଯ୍ୟକାରୀ ହେବ। ଅର୍ଥାତ୍‌ ୨୨ ତାରିଖରୁ ରାଜ୍ୟରେ ଡ୍ରାଇଭିଂ ଲାଇସେନ୍ସ (ଡିଏଲ) ଏବଂ ଲର୍ଣ୍ଣିଂ ଲାଇସେନ୍ସ (ଏଲଏଲ) ପରୀକ୍ଷା ବାତିଲ ରହିବ। ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରହିବ। ଆରଟିଓଗୁଡ଼ିକ ଡିଏଲ ଏବଂ ଏଲଏଲ ପରୀକ୍ଷା ବାତିଲ ନେଇ ଫେସବୁକ, ଟ୍ବିଟର ଆକାଉଣ୍ଟରେ ତଥ୍ୟ ପ୍ରକାଶ କରିବେ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories