www.samajalive.in
Saturday, December 6, 2025
14.1 C
Bhubaneswar

ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସତ ଖୋଜୁଛି ସିବିଆଇ । କଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଗୁଡାଇ ତୁଡାଇ ପଚରାଉଚରା ଏବଂ ଜେରା କରୁଛି ସିବିଆଇ। ସୋମବାର ମଧ୍ୟରାତ୍ରି ପର୍ଯ୍ୟନ୍ତ ଆରଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦିପ ଘୋଷଙ୍କୁ ଜେରା ସରିବା ପରେ ଆଜି ସକାଳୁ ପୁଣି କିଛି ମେଡିକାଲ କର୍ମଚାରୀଙ୍କୁ ଜେରା କରାଯାଇଛି। ତାସହ କଲକାତାରେ ଡେରା ପକାଇଛି ସେଣ୍ଟ୍ରାଲ ଫରେନସିକ୍ ସାଇନ୍ସ ଲାବ୍ରୋଟୋରୀ ବା ସିଏଫଏସଏଲ୍ ର ୫ ଜଣିଆ ଟିମ୍। ମାମଲାରେ କଲକାତା ପୁଲିସ୍ ଗିରଫ କରିଥିବା ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରାୟର ଆଜି ହେବ ପଲିଗ୍ରାଫ୍ ଟେଷ୍ଟ। କଲକାତା ହାଇକୋର୍ଟରୁ ଅନୁମତି ମିଳିବା ପରେ ଏ ନେଇ ସବୁ ପ୍ରକାର ପ୍ରସ୍ତୁତି ସରିଛି। ସେପଟେ ଘଟଣାରେ ଆଜି ନିଜ ଆଡୁ ଶୁଣାଣି କରିବେ ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଶୁଣାଣି କରିବେ ୩ ଜଣିଆ ଖଣ୍ଡପୀଠ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories