www.samajalive.in
Saturday, December 6, 2025
19.1 C
Bhubaneswar

କେରଳ ଭୂସ୍ଖଳନ; ଚୌଦ୍ୱାର ଅଞ୍ଚଳର ଡାକ୍ତର ନିଖୋଜ, ସରକାରଙ୍କ ସହାୟତା ଲୋଡିଲେ ପରିବାର

ଚୌଦ୍ୱାର: କେରଳରେ ଭୟଙ୍କର ଭୂସ୍ଖଳନରେ ନିଖୋଜ ଅଛନ୍ତି ଦୁଇ ଓଡ଼ିଆ ଡାକ୍ତର । ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରା ଓ ଡାକ୍ତର ସ୍ୱାଧୀନ ପଣ୍ଡା । ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇ ଚିନ୍ତାରେ ପଡିଛନ୍ତି ପରିବାର ସଦସ୍ୟ । ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍‌ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ପ୍ରସାଦ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ । ତେବେ ସୋମବାର ବିଳମ୍ବିତ ରାତିରେ ହଠାତ ଭୂସ୍ଖଳନ ହେବାରୁ ବିଷ୍ଣୁଙ୍କର କୌଣସି ପତ୍ତା ମିଳୁନଥିବା ବେଳେ ତାଙ୍କ ପତ୍ନୀ ସୁରକ୍ଷିତ ଥିବା ପରିବାର ଲୋକେ କହିଛନ୍ତି । ସେପଟେ ଡାକ୍ତର ସ୍ୱାଧୀନ ପଣ୍ଡାର ମଧ୍ୟ କୌଣସି ଖୋଜଖବର ମିଳୁନାହିଁ । ସହାୟତା ପାଇଁ ରାଜ୍ୟ ସରକାରଙ୍କ ସହଯୋଗ ଲୋଡିଛନ୍ତି ବିଷ୍ଣୁଙ୍କ ପରିବାର ଲୋକେ ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories