www.samajalive.in
Sunday, December 14, 2025
19.1 C
Bhubaneswar

ଦୋଳ ବିମାନରେ ଦୋଳ ଗୋବିନ୍ଦ : ରାତି ପାହିଲେ ହୋଲି… ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ 

ଭୁବନେଶ୍ବର : ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ। ରାତି ପାହିଲେ ହୋଲି। ଫଗୁ ଓ ରଙ୍ଗ ସହିତ ଆନନ୍ଦ ଉଲ୍ଲାସର ପର୍ବ। ଦୋଳ ବିମାନରେ ଦୋଳ ଗୋବିନ୍ଦ। ଫାଲ୍‍ଗୁନ ଶୁକ୍ଳପକ୍ଷ ଦଶମୀରୁ ରାଜ୍ୟରେ ଦୋଳ ପାର୍ବଣ ଆରମ୍ଭ ହୋଇଥାଏ। ବିଭିନ୍ନ ସଂକୀର୍ତ୍ତନ ମଣ୍ଡଳୀ ସହ ଦୋଳଗୋବିନ୍ଦଙ୍କୁ ବିମାନରେ ବସାଇ ଘରଘର ବୁଲାଯାଉଛି। ଠାକୁର ଘରେ ଘରେ ଭୋଗ ଖାଉଛନ୍ତି। ରାଜ୍ୟରେ ଭକ୍ତି ଓ ଶ୍ରଦ୍ଧାର ସହ କୋଭିଡ୍‍ ନିୟମାବଳୀ ମଧ୍ୟରେ ଏହି ପର୍ବ ପାଳନ କରାଯାଉଛି।
ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର କେତେକ ବିଶେଷ ନୀତି ଅନୁଷ୍ଠିତ ହେଉଛି। ପାରମ୍ପରିକ ରୀତିମତେ ଶ୍ରୀଜୀଉମାନେ ଆଜି ରାଜାଧିରାଜ ବା ସୁନାବେଶରେ ସକାଳ ୧୦ଟାରୁ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ରାତି ପ୍ରାୟ ୧୦ଟା ପର୍ଯ୍ୟନ୍ତ ଏହି ଦର୍ଶନ ମିଳିପାରିବ ବୋଲି ମନ୍ଦିର ପ୍ରଶାସନ ସୂତ୍ରରୁ ସୂଚନା ମିଳିଛି।

Image Source : Tweeter

ଏହାଛଡା ସେବାୟତମାନେ ଆଜି ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀଙ୍କୁ ବିମାନରେ ନେଇ
ଦୋଳବେଦୀରେ ଦିଅଁମାନଙ୍କୁ ଦୋଳିରେ ବିଜେ କରାଇଛନ୍ତି। ସେଠାରେ ଶ୍ରୀଜୀଉଙ୍କ ଫଗୁ ଖେଳ ଅନୁଷ୍ଠିତ ହେଉଛି। ଏହି ଅବସରରେ ପାରମ୍ପରିକ ରୀତିମତେ ଶ୍ରୀଜୀଉମାନଙ୍କ ସମ୍ମୁଖରେ ଦୋଳବେଦୀ ଉପରେ ନୂତନ ପଞ୍ଜିକା ପାଠ କରାଯାଇଛି।

- Advertisement -

ତେବେ ଦୋଳ ଏବଂ ହୋଲି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଏବଂ କେନ୍ଦ୍ର ମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଦୋଳ ପୂର୍ଣିମା ଓ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ 
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋଳ ପୂର୍ଣିମା ଓ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର ଦୋଳ ପୂର୍ଣ୍ଣିମାର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ରାଜ୍ୟରେ ବୃଦ୍ଧି ପାଉଥିବା କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ସବ ପାଳନ ସମୟରେ କୋଭିଡ ନିୟମ କଡ଼ାକଡ଼ି ପାଳନ କରନ୍ତୁ। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ ସମସ୍ତଙ୍କର କଲ୍ୟାଣ ହେଉ।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦୋଳ ପୂର୍ଣିମା ଓ ହୋଲି ଶୁଭେଚ୍ଛା 
କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୋଳ ପୂର୍ଣିମାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଦୋଳ ପୂର୍ଣିମାରେ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଶୁଭେଚ୍ଛା 
କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଦୋଳ ପୂର୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ – ଗଣପର୍ବ ପବିତ୍ର ଦୋଳ ପୂର୍ଣ୍ଣିମାର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ଭରିଯାଉ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories