www.samajalive.in
Sunday, December 7, 2025
26.1 C
Bhubaneswar

ଅହମଦାବାଦରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଅହମଦାବାଦ :  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨ ଦିନଆ ଭାରତ ଗସ୍ତରେ ଆସି ସୋମବାର ଅହମଦାବାଦ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ବିମାନ ‘ଏୟାରଫୋର୍ସ ୱାନ’ରେ ଆସି ଟ୍ରମ୍ପ ଓ ତାଙ୍କ ପରିବାର ଗୁଜରାଟର ଅହମଦାବାଦ ବିମାନବନ୍ଦରରେ ପହଞ୍ଚିଥିଲେ। ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ, ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ମଧ୍ୟ ବିମାନବନ୍ଦରରେ ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ଉପସ୍ଥିତ ଥିଲେ।

ଟ୍ରମ୍ପଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ବିମାନ ବନ୍ଦରରେ ବ୍ୟାପକ ଆୟୋଜନ କରାଯାଇଥିଲା। ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବରୁ ଅହମଦାବାଦରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ମଧ୍ୟ ନିଜେ ବିମାନ ବନ୍ଦରରେ ପହଞ୍ଚି ଟ୍ରମ୍ପଙ୍କୁ ସ୍ବାଗତ କରିଥିଲେ। ନୃତ୍ୟ ଗୀତ ଓ ବାଦ୍ୟର ତାଳେ ତାଳେ ଟ୍ରମ୍ପଙ୍କୁ ସ୍ବାଗତ କରାଯାଇଥିଲା। ସେଠାରୁ ସେ ସାବରମତି ଆଶ୍ରମ ଅଭିମୁଖେ ଯାତ୍ରାରମ୍ଭ କରିଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories