www.samajalive.in
Sunday, December 14, 2025
26.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା ଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭୁବନେଶ୍ୱର: ବାଲେଶ୍ୱର ଜିଲା ଅନ୍ତର୍ଗତ ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଆଜି ଓଡ଼ିଶା ମୋଟର ଚାଳକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର୫୫୫ ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଆଜି ସଂଘର ସଭାପତି ବିରଞ୍ଚି ନାରାୟଣ କର ଏବଂ କୋଷାଧ୍ୟକ୍ଷ କବିରାଜ ସାହୁ ପ୍ରମୁଖ କର୍ମକର୍ତ୍ତା ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ସାକ୍ଷାତ କରି ଏହି ସହାୟତା ରାଶି ଚେକ୍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି।

ସେହିପରି ଭୁବନେଶ୍ୱର ଶିରିପୁର ନିବାସୀ ଡଃ ସଦାଶିବ ରାୟ ଏବଂ ତାଙ୍କର ପତ୍ନୀ ମନୋରମା ରାୟ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ଆଜି ଲୋକସେବା ଭବନରେ ସାକ୍ଷାତ କରି ୧ ଲକ୍ଷ ୧ ଟଙ୍କାର ଆର୍ଥିକ ସହାୟତା ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଚେକ୍ ଆକାରରେ ପ୍ରଦାନ କରିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories