www.samajalive.in
Friday, December 5, 2025
17.1 C
Bhubaneswar

ଦିଲ୍ଲୀ ପବ୍ଲିକ୍‌ ସ୍କୁଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ: ଦିଲ୍ଲୀର ଆରକେ ପୁରମସ୍ଥିତ ଦିଲ୍ଲୀ ପବ୍ଲିକ୍‌ ସ୍କୁଲ(ଡିପିଏସ)କୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ଏହାକୁ ନେଇ ଦିଲ୍ଲୀ ପୁଲିସରୁ ସ୍କୁଲ ପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ସତର୍କ ହୋଇଯାଇଛନ୍ତି। ସୂଚନା ମିଳିବା କ୍ଷଣି ତୁରନ୍ତ ପିଲାମାନଙ୍କୁ ବାହାରକୁ ବାହାରି କରିଦିଆଯାଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛି।

ପୁଲିସ ସୂଚନା ମୁତାବକ, ଡିପିଏସ ଆରକେ ପୁରମକୁ ଏକ ଧମକପୂର୍ଣ୍ଣ ମେଲ୍‌ ମିଳିଛି, ଯେଉଁଥିରେ ସ୍କୁଲକୁ ବୋମା ବିସ୍ଫୋରଣରେ ଉଡ଼ାଇ ଦେବା ନେଇ ଉଲ୍ଲେଖ ରହିଛି। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବିଦ୍ୟାଳୟକୁ ଖାଲି କରି ଦିଆଯାଇଛି। ପୁଲିସ ଛାନ୍‌ବିନ୍‌ ଜାରି ରଖିଛି। କିନ୍ତୁ ଏପର୍ଯ୍ୟନ୍ତ ପୁଲିସକୁ କୌଣସି ସନ୍ଦିଗ୍ଧ ସାମଗ୍ରୀ ମିଳି ନଥିବା ଜଣାପଡ଼ିଛି।

- Advertisement -

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories