www.samajalive.in
Monday, December 8, 2025
13.1 C
Bhubaneswar

ଏମ୍‌ସ ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ନିର୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଆଶୁତୋଷ ବିଶ୍ବାସ

ଭୁବନେଶ୍ୱର: ଏମ୍‌ସ ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ନିର୍ଦେଶକ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ଡା.ଆଶୁତୋଷ ବିଶ୍ବାସ। ଏମ୍‌ସ ପରିସରରେ ପହଞ୍ଚିବା ପରେ ଡା.ବିଶ୍ୱାସ ପ୍ରଥମେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଏମ୍‌ସ ଭୁବନେଶ୍ୱରର ପ୍ରତିଷ୍ଠାତା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି ଅବସରରେ, ନୂତନ କାର୍ଯ୍ୟନିର୍ବାହୀ ନିର୍ଦେଶକଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। କାର୍ଯ୍ୟରେ ଯୋଗଦେବା ପରେ ନବନିଯୁକ୍ତ ଡା.ଆଶୁତୋଷ ବିଶ୍ବାସ ନିଜ ପ୍ରତିକ୍ରିୟା ରଖି କହିଥିଲେ ଗୁଣବତ୍ତାସମ୍ପନ୍ନ ରୋଗୀ ସେବା, ଶିକ୍ଷା ଏବଂ ଚିକିତ୍ସାବିଜ୍ଞାନ କ୍ଷେତ୍ରରେ ନୂତନ ଅନୁସନ୍ଧାନ ଉପରେ ଗୁରୁତ୍ୱ ଦିଆଯିବ। ଏମ୍‌ସ ଭୁବନେଶ୍ୱରକୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା ଅନୁଷ୍ଠାନରେ ପରିଣତ କରିବାକୁ ସମସ୍ତେ ଅଙ୍ଗୀକାରବଦ୍ଧ ହୋଇ ଏହାକୁ ଏକ ମିଶନ ଭାବେ ଗ୍ରହଣ କରିବାକୁ ସେ ଆହ୍ୱାନ କରିଥିଲେ। ନିଜ ମାଟି ଓଡ଼ିଶାର ସେବା କରିବା ପାଇଁ ପ୍ରାୟ ୩୦ ବର୍ଷ ପରେ ତାଙ୍କୁ ଆଶୀର୍ବାଦ ମିଳିଥିବାରୁ ଭଗବାନ ଜଗନ୍ନାଥଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ ଡାକ୍ତର ବିଶ୍ୱାସ।

ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଆଇଜିଏମ୍ଏସ୍), ପାଟନାର ନିର୍ଦେଶକ ତଥା କୁଳପତି ଭାବରେ କାର୍ଯ୍ୟ କରିଥିବା ଡା. ବିଶ୍ବାସ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ, କଟକରୁ ଏମବିବିଏସ ଏବଂ ଏମକେସିଜି ମେଡିକାଲ କଲେଜ, ବ୍ରହ୍ମପୁରରୁ ପିଜି କରିଛନ୍ତି। ସେ ଏମ୍‌ସ ନୂଆଦିଲ୍ଲୀରେ ପ୍ରଫେସର ତଥା ମେଡିସିନ୍ ୟୁନିଟ ମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ। ରୋଗୀ ସେବା ଏବଂ ଅନୁସନ୍ଧାନ କ୍ଷେତ୍ରରେ ତାଙ୍କର ଦୀର୍ଘ ତିନି ଦଶନ୍ଧିର ଅଭିଜ୍ଞତା ରହିଛି।
ବରିଷ୍ଠ ପ୍ରଶାସନିକ ଅଧିକାରୀ ରଶ୍ମି ରଞ୍ଜନ ସେଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମେଡିକାଲ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି, ଡିନ୍ ଦେବାଶିଷ ହୋତା, କେ.ପି. ମିଶ୍ର ଏବଂ ପି.କେ. ସାହୁ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories