www.samajalive.in
Saturday, December 6, 2025
14.1 C
Bhubaneswar

ଭାଷାବିତ୍‍ ଡ.ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନ

ଭୁବନେଶ୍ୱର: ଉଦଘାଟିତ ହୋଇଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସାମୂହିକ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା । ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହୋଇଛନ୍ତି ଭାଷାବିତ୍‍ ଡ. ଦେବୀ ପ୍ରସନ୍ନ ପଟ୍ଟନାୟକ । ଓଡ଼ିଶା ଭାଷା ଓ ସାହିତ୍ୟ ଦିଗରେ ତାଙ୍କର ଜୀବନବ୍ୟାପି ସାଧନା ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି । ପୁରସ୍କାର ଭାବେ ଡ.ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ମାନପତ୍ର ସହ ୨୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ତେବେ ଓଡିଆ ଭାଷାର ବିକାଶ ପାଇଁ ଓଡିଆ ଭାଷା ପ୍ରତି ବିଶେଷ ଅବଦାନ ଦେଇଥିବା ବ୍ୟକ୍ତିତ୍ୱଙ୍କୁ ପ୍ରତି ୫ ବର୍ଷରେ ଥରେ ଏହି ପୁରସ୍କାର ପ୍ରଦାନ କରାଯିବ । ଭୁବନେଶ୍ୱର ଜନତା ମୈଦାନରେ ୩ ଦିନ ଧରି ଚାଲିବ ଏହି କାର୍ଯ୍ୟକ୍ରମ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories