www.samajalive.in
Monday, December 15, 2025
16.1 C
Bhubaneswar

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରଫେସର ଡଃ ମାଣିକ ସାହା

ଡେସ୍କ: ବିଜେପିର ବରିଷ୍ଠ ନେତା ଡକ୍ଟର ମାଣିକ ସାହା ଆଜି ତ୍ରିପୁରାର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଅଗରତାଲାର ସ୍ୱାମୀ ବିବେକାନନ୍ଦ ଗ୍ରାଉଣ୍ଡରେ ଏକ ବିଶାଳ ସମାରୋହରେ ରାଜ୍ୟପାଳ ସତ୍ୟଦେଓ ନାରାୟଣ ଆର୍ଯ୍ୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଡକ୍ଟର ସାହା କ୍ରମାଗତ ଦ୍ୱିତୀୟ ଥର ପାଇଁ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।

ଏହି ମହୋତ୍ସବରେ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ବିଜେପି ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା, ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ, ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ, ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତାମଙ୍ଗ, କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ପ୍ରତୀମା ଭୋମିକ, ବିଜେପିର ରାଜ୍ୟସଭା ସାଂସଦ ବିପ୍ଳବ କୁମାର ଦେବ, ପୂର୍ବ ତ୍ରିପୁରା ଲୋକସଭା ସାଂସଦ ରେବତୀ ତ୍ରିପୁରା ପ୍ରମୁଖ ଯୋଗ ଦେଇଥିଲେ।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories