www.samajalive.in
Sunday, December 14, 2025
19.1 C
Bhubaneswar

ସୁନ୍ଦରଗଡ଼ର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଡାକ୍ତର ପରାଗ ହର୍ଷଦ ଗାଭାଲି

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡାକ୍ତର ପରାଗ ହର୍ଷଦ ଗାଭାଲି। ଗୁରୁବାର ଦିନ ବିଦାୟୀ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲ୍ଲାର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ନୂଆ ଜିଲ୍ଲାପାଳଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ସ୍ୱାଗତ ଅଭିନନ୍ଦନ ଜଣାଇଥିଲେ।

ଦାୟିତ୍ୱ ଗ୍ରହଣ କରିବା ପରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି କହିଛନ୍ତି, ‘ସୁନ୍ଦରଗଡ଼ ହେଉଛି ଏକ ଆଦିବାସୀ ବହୁଳ ଜିଲ୍ଲା। ଜନସାଧାରଣଙ୍କ ସହଯୋଗ ଭିତ୍ତିରେ ଜିଲ୍ଲାର ସାମଗ୍ରିକ ବିକାଶ ଲାଗି ସବୁ ପ୍ରକାର ପଦକ୍ଷେପ ନିଆଯିବ। ଜିଲ୍ଲାରେ ସ୍ୱାସ୍ଥ୍ୟ, ପୋଷଣ ଓ ଶିକ୍ଷା ଆଦି କ୍ଷେତ୍ରକୁ ପ୍ରାଥମିକତା ଦିଆଯିବ। ଜିଲ୍ଲାର ସାଧାରଣ ଲୋକେ ଯେପରି ବିଭିନ୍ନ ଯୋଜନାରୁ ସୁଫଳ ପାଇବେ ତା’ ଉପରେ ଜିଲ୍ଲା ପ୍ରଶାସନ ବିଶେଷ ଧ୍ୟାନ ଦେବ।’

- Advertisement -

ସେ କହିଛନ୍ତି, ୨୦୨୩ରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାଠାରେ ପୁରୁଷ ହକି ବିଶ୍ୱକପ ଖେଳାଯିବ। ତେଣୁ ଏଥିପାଇଁ ଆବଶ୍ୟକ ପ୍ରସ୍ତୁତି ସହ ଏହାର ସଫଳ ପରିଚାଳନା ଉପରେ ପ୍ରାଥମିକତା ଦିଆଯିବ। ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ଆଦିବାସୀ ଓ ସାଧାରଣ ଲୋକଙ୍କ ପାଖରେ କିପରି ବିଭିନ୍ନ ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ପହଞ୍ଚି ପାରିବ ତା’ ଉପରେ ସେ ବିଶେଷ ଗୁରୁତ୍ୱ ଦେବେ ବୋଲି ଜିଲ୍ଲାପାଳ ଏହି ଅବସରରେ କହିଥିଲେ।

ଡାକ୍ତର ପରାଗ ହର୍ଷଦ ଗାଭାଲି ହେଉଛନ୍ତି ୨୦୧୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ। ଏହା ପୂର୍ବରୁ ସେ କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories