www.samajalive.in
Tuesday, December 9, 2025
26.1 C
Bhubaneswar

ପୂର୍ବତନ ବାଚସ୍ପତି ଶରତ କରଙ୍କ ଦେହାନ୍ତ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ସୋମବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରପ ଥିବାରୁ ଗତ କିଛି ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଶରତ କୁମାର କରଙ୍କ ପୁଅ ସୁମନ କର ସୂଚନା ଦେଇଛନ୍ତି।

- Advertisement -

ସେ ବିଜୁ ପଟ୍ଟନାୟକଙ୍କ ସହଯୋଗୀ ଭାବେ ଶେଷ ଯାଏ କାମ କରିଥିଲେ। ଓଡ଼ିଶା ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିବା ବେଳେ ୧୯୭୧ ମସିହାରେ ବିଶ୍ୱନାଥ ଦାସଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଜନତା ପାର୍ଟି ଟିକେଟରେ କଟକ ଲୋକସଭା ଆସନରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ପରାଜିତ କରି ସଂସଦକୁ ନିର୍ବାଚିତ ହୋଇଥିଲେ। ସେ ୨୦୦୦ରୁ ୨୦୦୪ ଯାଏ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories