www.samajalive.in
Monday, December 8, 2025
20.1 C
Bhubaneswar

ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ କେବେ ବି ବ୍ୟର୍ଥ ଯିବ ନାହିଁ, ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ

ଭୁବନେଶ୍ୱର: ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୭୧ତମ ବଳିଦାନ ଦିବସ ପାଳନ ଅବସରରେ ବିଜେପି ନେତୃବୃନ୍ଦ ଆଜି ସକାଳେ ଭୁବନେଶ୍ୱର ସ୍ଥିତ ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ସ୍ମୃତିଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଏହି ଅବସରରେ ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି, ଜିଲା ସଭାପତି ବାବୁ ସିଂ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ଜଗନ୍ନାଥ ପ୍ରଧାନ, ସୁଶାନ୍ତ ମଲ୍ଲିକ, ରଶ୍ମିରଞ୍ଜନ କାନୁନଗୋ, ମନ୍ଦାକିନୀ ପାତ୍ର, ମହିଳାମୋର୍ଚ୍ଚା ରାଷ୍ଟ୍ରୀୟ ସଂପାଦକ ଡ.ଐଶ୍ୱର୍ଯ୍ୟା ବିଶ୍ୱାଳଙ୍କ ସମେତ ରାଜ୍ୟ ତଥା ଜିଲାର ଦଳୀୟ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ବିଜେପି ବିଚାରାଧାର ଏବଂ ରାଜନୈତିକ ଆନ୍ଦୋଳନର ପ୍ରଣେତା ହେଉଛନ୍ତି ‘ଭାରତୀୟ ଜନସଂଘ’ର ପ୍ରତିଷ୍ଠାତା ସଭାପତି ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ। ୧୯୫୧ ମସିହାରେ ଡ.ମୁଖାର୍ଜୀଙ୍କ ନେତୃତ୍ୱରେ ପ୍ରତିଷ୍ଠିତ ‘ଭାରତୀୟ ଜନସଂଘ’, ପରବର୍ତ୍ତି ସମୟରେ ‘ଭାରତୀୟ ଜନତା ପାର୍ଟି’ ଭଳି ବଟ ବୃକ୍ଷର ରୂପ ନେବା ସହିତ ଆଜି ସମଗ୍ର ବିଶ୍ୱରେ ସର୍ବବୃହତ ରାଜନୈତିକ ଦଳ ଭାବେ ପରିଚୟ ସୃଷ୍ଟି କରିଛି। ସ୍ବର୍ଗତ ମୁଖାର୍ଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ  ରାଜ୍ୟ ବିଜେପି ବାର୍ତ୍ତାର ସମ୍ପାଦକ ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ଆହ୍ବାନ ଦେଇଛନ୍ତି।

- Advertisement -

ଗତ ୨୦୧୯ ମସିହା ଅଗଷ୍ଟ ୫ ତାରିଖ ଦିନ ଧାରା ୩୭୦ ଓ ୩୫ (ଏ) ଉଚ୍ଛେଦ ପରେ କାଶ୍ମୀର ରାଜ୍ୟ ଭାରତ ବର୍ଷର ଅଭିନ୍ନ ଅଙ୍ଗ ଭାବେ ପରିଗଣିତ ହୋଇଛି। କାଶ୍ମୀରଠାରେ ସ୍ୱର୍ଗତଃ ମୁଖାର୍ଜୀଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ଆଜି ମଧ୍ୟ ଦେଶବାସୀଙ୍କ ମନରେ ଥିବା ସନ୍ଦେହ ଦୂରିଭୁତ ହୋଇନାହିଁ। ସ୍ୱର୍ଗତଃ ମୁଖାର୍ଜୀଙ୍କ ବଳିଦାନ କେବେ ବି ବ୍ୟର୍ଥ ଯିବ ନାହିଁ। ସ୍ୱର୍ଗତଃ ମୁଖାର୍ଜୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ ଆମେ ସମସ୍ତେ ସଂକଳ୍ପ ନେଇଛୁ ବୋଲି ଗୋଲକ ମହାପାତ୍ର କହିଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ବୁଦ୍ଧିଜୀବି ପ୍ରକୋଷ୍ଠ ତରଫରୁ ବଳିଦାନ ଦିବସ ପାଳନ କରାଯାଇଥିଲା। ବିଜେପି ନେତୃବୃନ୍ଦ ଡ.ମୁଖାର୍ଜୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବଳିଦାନ ଦିବସରେ ମୁଖ୍ୟବକ୍ତାଭାବେ ବିଜେପି ବାର୍ତାର ସଂପାଦକ ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ବରିଷ୍ଠ ନେତା ସଜ୍ଜର୍ନ ଶର୍ମା, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲ୍ଲୀପ ମଲ୍ଲିକ ପ୍ରମୁଖ ଡ.ଶ୍ୟାମାପ୍ରସାଦ ମୁର୍ଖାଜୀଙ୍କ ଜୀବନୀ, ଦର୍ଶନ ଓ ସଂଘର୍ଷ ସମ୍ପର୍କରେ ଆଲୋଚନା କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories