www.samajalive.in
Friday, December 12, 2025
26.1 C
Bhubaneswar

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣ ନେଇ ଚିଠା ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ଦ୍ୱାରା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀର ସଂରକ୍ଷଣ ନେଇ ଶନିବାର ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତିରେ ପଛୁଆ ବର୍ଗଙ୍କ ପାଇଁ ଅନୁଗୁଳ, କେନ୍ଦୁଝର, ଖୋର୍ଦ୍ଧ ଓ ଗଜପତି ଆଦି ୪ଟି ଜିଲ୍ଲାକୁ ସଂରକ୍ଷିତ ରଖାଯାଇଛି । ସେହିପରି ଅନୁସୂଚିତ ଜାତି ଓ ଜନଜାତି ବର୍ଗ ପାଇଁ ୧୨ଟି ଜିଲ୍ଲାକୁ ସଂରକ୍ଷିତ ରଖାଯାଇଛି। ସେହିସବୁ ଜିଲ୍ଲାଗୁଡ଼ିକ ହେଲା – କଳାହାଣ୍ଡି, ଝାରସୁଗୁଡ଼ା, ବୌଦ, ସମ୍ବଲପୁର, ବଲାଙ୍ଗିର, ବରଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଗଞ୍ଜାମ, ଦେବଗଡ଼, ନୂଆପଡ଼ା ଓ ପୁରୀ । ୧୪ଟି ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସାଧାରଣ ବର୍ଗଙ୍କ ପାଇଁ ସଂରକ୍ଷିତ ରଖାଯାଇଛି।
ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ କୁହାଯାଇଛି, ୧୯୯୧ ମସିହା ଓଡ଼ିଶା ଜିଲ୍ଲା ପରିଷଦ ଅଧିନିୟମର ଧାରା ୮ ଅନ୍ତର୍ଗତ ଉପଧାରା ୩ରେ ଦିଆଯାଇଥିବା କ୍ଷମତା ବଳରେ ଜିଲ୍ଲା ପରିଷଦଗୁଡ଼ିକରେ ଅଧ୍ୟକ୍ଷ ପଦବୀଗୁଡ଼ିକ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆବର୍ଗ ଓ ମହିଳାଙ୍କ ପାଇଁ ସଂରକ୍ଷଣ ନିମନ୍ତେ ରାଜ୍ୟ ସରକାର ଯେଉଁ ପ୍ରସ୍ତାବ ରଖିଛନ୍ତି, ତାହାର ଏକ ଚିଠା ଏହି ଧାରାର ଉପଧାରା ୫ ଅନୁସାରେ କରାଯାଇଛି । ଏତଦ୍‍ବ୍ୟତୀତ ଆସନ୍ତା ୨୫ ତାରିଖ ସୁଦ୍ଧା ସର୍ବସାଧାରଣ ମଧ୍ୟ ଏନେଇ ଅଭିଯୋଗ କିମ୍ବା ପରାମର୍ଶ କରିପାରିବେ । ତେବେ ସର୍ବସାଧାରଣଙ୍କ ଅଭିଯୋଗ ଓ ପରାମର୍ଶ ମିଳିବା ପରେ ଏହାକୁ ବିଚାରକୁ ନେଇ ଚିଠାର ସଂରକ୍ଷଣ ପ୍ରସ୍ତାବ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି ।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories