www.samajalive.in
Tuesday, December 9, 2025
26.1 C
Bhubaneswar

ଆଜି ଦିଲ୍ଲୀ ଯିବେ ଦ୍ରୌପଦୀ ମୁର୍ମୁ;  ବିମାନବନ୍ଦରରେ ଶୁଭେଚ୍ଛୁଙ୍କ ଗହଳି

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନବନ୍ଦରରୁ ସକାଳ ୯ଟା ୪୦ରେ ଦିଲ୍ଲୀ ଯାତ୍ରା କରିବେ ବୋଲି ସୂଚନା ମିଳିଛି । ଦ୍ରୌପଦୀଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ କରିଥିବା ବେଳେ ଦ୍ରୌପଦୀଙ୍କୁ ନେଇ ସାରା ରାଜ୍ୟରେ ଖୁସିର ମାହୋଲ ଦେଖିବାକୁ ମିଳୁଛି । ଭୁବନେଶ୍ୱର ସ୍ଥିତ ଏମସିଏଲ୍‌ ଗେଷ୍ଟ ହାଉସରେ ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇବାକୁ ଶୁଭେଚ୍ଛୁଙ୍କ ଭିଡ ଲାଗିଥିବା ଦେଖିବାକୁ ମିଳୁଛି । ଦ୍ରୌପଦୀ ମୁର୍ମୁ ଗେଷ୍ଟ ହାଉସରୁ ବାହାରି ସିଧା ବିମାନବନ୍ଦରରେ ପହଞ୍ଚିବେ । ବିମାନବନ୍ଦରରୁ ସେ ଦିଲ୍ଲୀ ଯାତ୍ରା କରିବେ । ଦିଲ୍ଲୀ ଯାତ୍ରା କରିବା ପୂର୍ବରୁ ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ଶୁଭେଚ୍ଛା ଜଣାଇବାକୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।  ବିମାନବନ୍ଦରରେ ମଧ୍ୟ ଶୁଭେଚ୍ଛୁଙ୍କ ଗହଳି ଲାଗିଛି ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories