www.samajalive.in
Saturday, December 6, 2025
23.1 C
Bhubaneswar

ବିମାନବନ୍ଦରରେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ପହଂଚି ସାରିଛନ୍ତି। ଏମ୍ସିଏଲ୍ ଗେଷ୍ଟ ହାଉସରୁ କଡା ସୁରକ୍ଷାରେ ଯାଇ ପହଂଚିଛନ୍ତି। ୯ଟା ୪୦ରେ ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ଦ୍ରୌପଦୀ ମୁର୍ମୁ। ବିମାନବନ୍ଦରରେ ବନ୍ଧୁ, ଶୁଭେଚ୍ଛୁ ଓ ସମର୍ଥକଙ୍କ ଭିଡ ହୋଇଛି। ସଭିଏଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିମାନବନ୍ଦର ପରିସରରେ ଆଦିବାସୀଙ୍କ ନାଚଗୀତର ଆସର ଜମିଛି। ଦିଲ୍ଲୀ ଯାତ୍ରା ପୂର୍ବରୁ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ସଂକ୍ଷିପ୍ତ ପ୍ରତିକ୍ରିୟା ରଖିଛନ୍ତି। ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ସହଯୋଗ କାମନା କରିଛନ୍ତି।
ଦ୍ରୌପଦୀଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ କରିଥିବା ବେଳେ ଦ୍ରୌପଦୀଙ୍କୁ ନେଇ ସାରା ରାଜ୍ୟରେ ଖୁସିର ମାହୋଲ ଦେଖିବାକୁ ମିଳୁଛି । ଭୁବନେଶ୍ୱର ସ୍ଥିତ ଏମସିଏଲ୍‌ ଗେଷ୍ଟ ହାଉସରେ ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇବାକୁ ଶୁଭେଚ୍ଛୁଙ୍କ ଭିଡ ଲାଗିଥିବା ଦେଖିବାକୁ ମିଳିଥିଲା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories