www.samajalive.in
Sunday, December 7, 2025
23.1 C
Bhubaneswar

ନବୀନଙ୍କୁ ସାକ୍ଷାତ କଲେ ଦ୍ରୌପଦୀ ମୁର୍ମୁ, ଭାଇ ବୋଲି କଲେ ସମ୍ବୋଧନ !

ଭୁବନେଶ୍ବର : ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଶୁକ୍ରବାର ଭୁବନେଶ୍ୱରରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଉଭୟ ବିଜୁ ଜନତା ଦଳ ଏବଂ ବିଜେପି ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି ।

ସେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ପାରମ୍ପରିକ ନୃତ୍ୟ ଓ ସଂଗୀତ ମାଧ୍ୟମରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ସମୟରେ ପାଇକ ନାଚ, ବାଘ ନାଚ ଓ ଘୋଡ଼ା ନାଚ ଭଳି ଓଡ଼ିଶାର ପାରମ୍ପରିକ ନୃତ୍ୟ ଦେଖିବାକୁ ମିଳିଥିଲା ।
ତାଙ୍କୁ ସାଂସଦ ଅପରାଜିତା ଷଡ଼ଙ୍ଗୀ, ସୁରେଶ ପୂଜାରୀ, ସଙ୍ଗୀତା ସିଂହଦେଓ, ସସ୍ମିତ ପାତ୍ର, ପ୍ରଶାନ୍ତ ନନ୍ଦ, ଅନୁଭବ ମହାନ୍ତି, ଅମର ପଟ୍ଟନାୟକ, ମନ୍ତ୍ରୀ ଉଷା ଦେବୀ, ସମୀରରଂଜନ ଦାଶ, ଅଶୋକ ପଣ୍ଡା, ଟୁକୁନି ସାହୁ, ବିଧାୟକ ବିଷ୍ଣୁ ଚରଣ ସେଠୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, କୁସୁମ ଟେଟେ ଓ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ବହୁ ନେତା ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ। ବିମାନବନ୍ଦରରେ ଦଳୀୟ କର୍ମୀ ଓ ସାଧାରଣ ଜନତାଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା ।

- Advertisement -

ବିଧାନସଭାର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ କରିଥିଲେ। ଏଥିରେ ଦ୍ରୌପଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡିର ସାଂସଦ ଓ ବିଧାୟକମାନଙ୍କୁ ସମର୍ଥନ ଲୋଡ଼ିଛନ୍ତି ।  ତେବେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦ୍ରୌପଦୀ ମୁର୍ମୁ ଭାଇ ବୋଲି ସମ୍ବୋଧନ କରିଛନ୍ତି । ସହାୟତା ମାଗିବା ଆଗରୁ ସମର୍ଥନ ଦେଇ ଉପହାର ଦେଇଛନ୍ତି ବୋଲି  ପ୍ରତିକ୍ରିୟା ରଖିଛନ୍ତି । ସୂଚନାଯୋଗ୍ୟ, ପୂର୍ବରୁ ବିଜୁ ଜନତାଦଳ ପକ୍ଷରୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପ୍ରଦାନ କରାଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଦଳ ମତ ନିର୍ବିଶେଷରେ ରଜ୍ୟର ସବୁ ବିଧାୟକ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ପାଇଁ ଶ୍ରୀ ପଟ୍ଟନାୟକ ନିବେଦନ କରିଥିଲେ।

ଅନ୍ୟପକ୍ଷରେ ଦ୍ରୌପଦୀ ମୁର୍ମୁ ରାଜ୍ୟ ଅତିଥି ଭବନରେ ବିଜେପି ସାଂସଦ ଓ ବିଧାୟକ ମାନଙ୍କୁ ଭେଟିଛନ୍ତି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଓ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ ।

 

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories