www.samajalive.in
Sunday, December 7, 2025
16.1 C
Bhubaneswar

‘ଆକାଶ ପ୍ରାଇମ’ର ସଫଳ ପରୀକ୍ଷା

ବାଲେଶ୍ବର : ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌ପ୍ୟାଡ୍‌ରୁ ଆଜି ଅପରାହ୍ଣ ୪ଟା ୩୦ ମିନିଟ ସମୟରେ ଆକାଶ କ୍ଷେପଣାସ୍ତ୍ରର ବିକଶିତ ମଡେଲ ଆକାଶ ଏନ୍‌ଜି ପରୀକ୍ଷା କରାଯାଇଛି। ଡିଆରଡିଓ ଦ୍ବାରା ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଭୂପୃଷ୍ଠରୁ ଆକାଶକୁ ଲକ୍ଷ୍ୟ ଭେଦ କରିପାରୁଥିବା ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟ ଭେଦ କ୍ଷମତା ୭୦ କିମି ରହିଛି। ପରୀକ୍ଷା ସମୟରେ ରାଡାର ମାଧ୍ୟମରେ ସଂଗ୍ରହ ହୋଇଥିବା ତଥ୍ୟକୁ ପ୍ରତିରକ୍ଷା ବିଭାଗର ବୈଜ୍ଞାନିକମାନେ ସମୀକ୍ଷା କରୁଛନ୍ତି। ଏଥିରେ ଆଣବିକ ଯୁଦ୍ଧାସ୍ତ୍ରକୁ ବ୍ୟବହାର କରାଯାଇପାରିବ। ଆକାଶ ଏନ୍‌ଜି କ୍ଷେପଣାସ୍ତ୍ରକୁ ପ୍ରଥମେ ଗତ ଜାନୁଆରି ମାସ ୨୫ ତାରିଖରେ ପରୀକ୍ଷା କରାଯାଇଥିଲା। ଦ୍ବିତୀୟ ଥର ଗତ ମାର୍ଚ୍ଚ ମାସ ୨୩ ତାରିଖରେ ପରୀକ୍ଷା କରାଯାଇ ଥିବାବେଳେ ଜୁଲାଇ ମାସ ୨୧ ତାରିଖରେ ତୃତୀୟ ଥର ଓ ୪ର୍ଥ ଥର ପରୀକ୍ଷା ହୋଇଥିଲା। ୨୦୨୩ ମସିହା ସୁଦ୍ଧା ଏହାକୁ ଭାରତୀୟ ସେନାରେ ସାମିଲ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ବିଶେଷ କରି ଶତ୍ରୁପକ୍ଷର କ୍ଷେପଣାସ୍ତ୍ରକୁ ଚିହ୍ନଟ କରି ତୁରନ୍ତ ଧ୍ବଂସ କରିବାର କ୍ଷମତା ଏଥିରେ ରହିଛି। ପୂର୍ବରୁ ଆକାଶ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୦ କିଲୋମିଟର ଥିଲା।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories