www.samajalive.in
Sunday, December 14, 2025
23.1 C
Bhubaneswar

ଛାତ୍ରଛାତ୍ରୀଙ୍କୁ ନୂତନ ପୋଷାକ ବିତରଣ

ଚୌଦ୍ୱାର : ସ୍ଥାନୀୟ କଳିଙ୍ଗ ନୋଡାଲ ବିଦ୍ୟାପୀଠରେ ଛାତ୍ରଛାତ୍ରୀ ମାନଙ୍କୁ ନୂତନ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପ୍ରଧାନ ଶିକ୍ଷକ ଗୌତମ କୁମାର ଆଚାର୍ଯ୍ୟଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉତ୍ସବରେ ଚୌଦ୍ୱାର-କଟକ ବିଧାୟକ ସୌଭିକ୍ ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କୁ ନୂତନ ପୋଷାକ ବିତରଣ କରିଥିଲେ । ପୌର ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡ. ଜୟନ୍ତ କୁମାର ସାହୁ, ନାରୀ ନେତ୍ରୀ କବିତାରାଣୀ ଲେଙ୍କା, କାଉନସିଲର ଆଶୁତୋଷ ଦାସ, ବିଜୟ କୁମାର ମଲ୍ଲିକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ । ଶିକ୍ଷକ ପ୍ରଦୀପ୍ତ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories