www.samajalive.in
Sunday, December 14, 2025
23.1 C
Bhubaneswar

ବାଳିକା ହାଇସ୍କୁଲରେ ପୋଷାକ ବିତରଣ ଉତ୍ସବ

ଆଠଗଡ :  ଆଠଗଡ ସରକାରୀ ବାଳିକା ହାଇସ୍କୁଲରେ ବୁଧବାର ପୋଷାକ ବିତରଣ ଉତ୍ସବ ଅନୁଷ୍ଟିତ ହୋଇଯାଇଛି । ପରିଚାଳନା କମିଟି ସଭାପତି ଆଇନଜୀବୀ ସରୋଜ କୁମାର ପଟ୍ଟନାୟକଙ୍କ ପୌରୋହିତ୍ୟରେ ଏବଂ ପ୍ରଧାନଶିକ୍ଷକ ଶଙ୍କର୍ଷଣ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପୁରାତନ ଛାତ୍ରୀ ତଥା ନଗରପାଳ ସସ୍ମିତା ରାଉତ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାର ପିଲାମାନେ କିପରି ଶତପ୍ରତିଶତ ବିଦ୍ୟାଳୟକୁ ଆସିବେ ଏବଂ ସାକ୍ଷର ହେବେ ସେଥିପାଇଁ ବହୁ ଯୋଜନା ପ୍ରଣୟନ କରିଛନ୍ତି ବୋଲି ପ୍ରକାଶ କରିଥିଲେ । ବିଦ୍ୟାଳୟକୁ ଆସି ଶିକ୍ଷା ଗ୍ରହଣ କରିବା ଲାଗି ସରକାରଙ୍କ ପକ୍ଷରୁ ପିଲାଙ୍କ ପାଇଁ ମଧ୍ୟାନ୍ନ ଭୋଜନ ବ୍ୟବସ୍ଥା ସାଙ୍ଗକୁ ସ୍କୁଲ ପୋଷାକ, ଜୋତା ଓ ପୁସ୍ତକ ଆଦି ଯୋଗାଇ ଦିଆଯାଉଛି । ତେଣୁ ଶତପ୍ରତିଶତ ପିଲା ବିଦ୍ୟାଳୟକୁ ଆସି ଶିକ୍ଷା ଗ୍ରହଣ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ମୁଖ୍ୟବକ୍ତା ଭାବେ ସିଆରସିସି ମୂରଲୀଧର ସାହୁ ଯୋଗଦେଇ ମୂଲ୍ୟବୋଧ ଭିତ୍ତିକ ଗୁଣାତ୍ମକ ଶିକ୍ଷାଦାନ ଉପରେ ଶିକ୍ଷକ ଶିକ୍ଷୟିତ୍ରୀ ଗୁରୁତ୍ୱ ପ୍ରଦାନ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ୬ଷ୍ଠ, ୭ମ ଓ ୮ମ ଶ୍ରେଣୀର ୧୫୯ଜଣ ଛାତ୍ରୀଙ୍କୁ ପୋଷାକ, ଜୋତା ଓ ମୋଜା ପ୍ରଦାନ କରାଯାଇଥିଲା । ତତ୍‍ସହିତ ବିଦ୍ୟାଳୟରେ ନୂନତ ଭାବେ ଯୋଗଦେଇଥିବା ୩ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପରିଚାଳନା କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପରିଚାଳନା କମିଟିର ସମସ୍ତ ସଭ୍ୟ ଯୋଗଦେଇଥିଲେ। ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବାବେଳେ ପରିଚାଳନା କମିଟିର ସଭ୍ୟ କ୍ଷୀରୋଦ ଚନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories