www.samajalive.in
Wednesday, December 10, 2025
23.1 C
Bhubaneswar

ସବୁବେଳେ ଫ୍ରିଜର ଥଣ୍ଡା ପାଣି ପିଉଥିଲେ ହୋଇଯାଆନ୍ତୁ ସାବଧାନ! ସୃଷ୍ଟି ହେବ ଅନେକ ରୋଗ

ବର୍ତ୍ତମାନ ଗ୍ରୀଷ୍ମଋତୁ ଚାଲିଛି। ଏହିଦିନେ ଅତ୍ୟଧିକ ଖରା ଓ ତାତିର ଜ୍ବାଳା ମଧ୍ୟରେ ପିଇବା ପାଇଁ ଟିକେ ଥଣ୍ଡା ପାଣି ମିଳିଗଲେ ଲୋକଙ୍କୁ ଅମୃତ ମିଳିଲା ପରି ମନେ ହେଉଛି। ଏହିଦିନେ କିଛି ଲୋକ ଫ୍ରିଜରେ ଥିବା ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଲୋକେ ଏହା ଜାଣି ନଥାନ୍ତି ଯେ, ଏହା ଅଭ୍ୟାସରେ ପରିଣତ ହୋଇଗଲେ ଶରୀର ପାଇଁ ଖୁବ୍ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ। ତେବେ ଚାଲନ୍ତୁ ଜାଣିବା ଅତ୍ୟଧିକ ଥଣ୍ଡା ପାଣି ପିଇବା ଦ୍ବାରା ଶରୀରର କି କ୍ଷତି ହୋଇଥାଏ –

ସାଧାରଣତଃ ଆମ ଶରୀରର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ରହିଥାଏ। ତେଣୁ ଆମେ ପିଉଥିବା ପାଣିର ତାପମାତ୍ରା ୨୦-୨୨ ଡିଗ୍ରୀ ସେଲ୍ସିୟସ ରହିବା ଆବଶ୍ୟକ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇଲେ ଏହା ରୋଗ ପ୍ରତିରୋଧକ ଶକ୍ତିକୁ କମାଇଥାଏ। କେବଳ ସେତିକି ନୁହେଁ, ଏହାର ସିଧାସଳଖ ପ୍ରଭାବ ପାଚନ କ୍ରିୟା ଉପରେ ପଡ଼ିଥାଏ। ଅତ୍ୟଧିକ ଥଣ୍ଡା ପାଣି ପିଇଲେ ତାହାକୁ ଢୋକିବାକୁ କିଛି ସମୟ ଲାଗିଥାଏ। କାରଣ ଏହି ପାଣିର ତାପମାତ୍ରା ଅଳ୍ପ ପରିମାଣରେ ସାମାନ୍ୟ ହେବା ପରେ ତାହା ଗଳାରୁ ଖସିଥାଏ। ଏହାଦ୍ୱାରା ଟନ୍ସିଲଜନିତ ସମସ୍ୟା ଦେଖା ଦେଇଥାଏ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇବା ଦ୍ୱାରା ପେଟର ଅନ୍ତଳନୀ ସଙ୍କୁଚିତ ହୋଇଯାଇଥାଏ, ଯାହାଦ୍ୱାରା କଫଜନିତ ସମସ୍ୟା ଦେଖାଯାଏ। ଅତ୍ୟଧିକ ଥଣ୍ଡାପାଣି ପିଇବା ଅଭ୍ୟାସରେ ପରିଣତ ହେଲେ ହୃଦ୍ଜନିତ ସମସ୍ୟା ମଧ୍ୟ ସୃଷ୍ଟି ହେବାର ଆଶଙ୍କା ଥାଏ।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories