www.samajalive.in
Sunday, December 14, 2025
26.1 C
Bhubaneswar

ଚଉଷଠି ଯୋଗିନୀ ପୀଠରେ ପିଇବା ପାଣି ସମସ୍ୟା, ପର୍ଯ୍ୟଟକ ହଟହଟା

ବଙ୍ଗୋମୁଣ୍ଡା : ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ବ୍ଲକର ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲ ପ୍ରଶାସନିକ ଅବହେଳା ଯୋଗୁଁ ଅବକ୍ଷୟମୁଖୀ ହୋଇପଡିଛି। ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିବା ଏହି ଐତିହ୍ୟ ପୀଠକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲା ଭଳି କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନଥିବାରୁ ପର୍ଯ୍ୟଟକଙ୍କ ଆଗମନ ହ୍ରାସ ପାଉଛି। କରୋନା କଟକଣା ଯୋଗୁଁ ପର୍ଯ୍ୟଟକଙ୍କ ଆଗମନ ବନ୍ଦ ରହିଥିଲା। ଏବେ ଲୋକଙ୍କ ଆଗମନ ଦେଖିବାକୁ ମିଳୁଛି। କିନ୍ତୁ ଏହି ପୀଠରେ ଆଲୁଅ ଓ ପାନୀୟ ଜଳର ବ୍ୟବସ୍ଥା ନଥିବାରୁ ଆସୁଥିବା ଲୋକେ ହଇରାଣ ହେଉଛନ୍ତି। ବାରମ୍ବାର ପାନୀୟ ଜଳ ସୁବିଧା ନିମନ୍ତେ ଦାବି ହେଉଛି। କେହି ଶୁଣୁ ନଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ପାନୀୟ ଜଳ ଓ ଆଲୁଅର ବ୍ୟବସ୍ଥା ସହ ଅନ୍ୟାନ୍ୟ ବ୍ୟବସ୍ଥା ଦିଗରେ ଜିଲା ପର୍ଯ୍ୟଟନ ବିଭାଗ ଦୃଷ୍ଟି ଦେବାକୁ ଦାବି ହେଉଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories