www.samajalive.in
Saturday, December 13, 2025
26.1 C
Bhubaneswar

ରାଜଧାନୀର ରାଜରାସ୍ତାରେ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଦଣ୍ଡବତ ଯାତ୍ରା

ଭୁବନେଶ୍ବର: ରାଜଧାନୀର ରାଜରାସ୍ତାରେ ମଙ୍ଗଳବାର ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଦଣ୍ଡବତ ଯାତ୍ରା କରାଯାଇଛି। ୧୧ ଦଫା ଦାବିରେ ଆନ୍ଦୋଳନରତ ଚାଳକମାନେ ଧାରଣା ସ୍ଥଳରେ ଏକାଠି ହୋଇ ପ୍ରତିବାଦ କରିଛନ୍ତି। ଏଥିପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ଶହଶହ ଗାଡ଼ି ଚାଳକ।

ସୂଚନାଯୋଗ୍ୟ, ଗତ ଅକ୍ଟୋବର ମାସରେ ଡ୍ରାଇଭର୍ ମହାସଂଘ ପକ୍ଷରୁ ୧୧ ଦଫା ଦାବିରେ ଆନ୍ଦୋଳନ ଆରମ୍ଭ ହୋଇଥିଲା। ଏନେଇ ରାଜଧାନୀରେ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା। ବିଭିନ୍ନ ଜିଲାରୁ ଆସିଥିବା ମହାସଂଘର ହଜାର ହଜାର ସଦସ୍ୟ ନବୀନ ନିବାସ ଅଭିମୁଖେ ପଦଯାତ୍ରା କରିଥିଲେ। କୋଭିଡ ଯୋଦ୍ଧାର ମାନ୍ୟତା ଦେବା ସହ ଭତ୍ତା ପ୍ରଦାନ କରିବାକୁ ସଂଘର ଦାବି ରହିଛି। ଡ୍ରାଇଭରଙ୍କ ଲାଇସେନ୍ସ ୨୫ ବର୍ଷରେ ରଦ୍ଦ ହୋଇଥିବା ନିୟମକୁ ପରିବର୍ତ୍ତନ କରିବାକୁ ମଧ୍ୟ ଦାବି ମହାସଂଘ କରିଛି। ଡ୍ରାଇଭରଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ସହ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଡ୍ରାଇଭରଙ୍କୁ ୨୦ ଲକ୍ଷ, ଆହତ ଡ୍ରାଇଭରଙ୍କୁ ୧୦ ଲକ୍ଷ ବୀମାରାଶି ଦାବି କରିଛି ମହାସଂଘ। ୬୦ ବର୍ଷ ପରେ ପେନସନ ଦେବାକୁ ମଧ୍ୟ ସଂଘ ପକ୍ଷରୁ ଦାବି ହୋଇଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories