www.samajalive.in
Saturday, December 6, 2025
23.1 C
Bhubaneswar

ଆଜିଠୁ ପେଟ୍ରୋଲ-ଡିଜେଲ ସଙ୍କଟ

ସମାଜ ଡିଜିଟାଲ ଡେସ୍କ: ଆଜିଠୁ ରାଜ୍ୟରେ ସମସ୍ତ ପେଟ୍ରୋଲ ପମ୍ପରେ ତେଲ ସଙ୍କଟ ଦେଖା ଦେଇପାରେ । ଏନେଇ ଆଶଙ୍କା କରିଛନ୍ତି ରାଜ୍ୟ ପେଟ୍ରୋଲିୟମ ଡିଲର ସଂଘର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ । ସେ କହିଛନ୍ତି ଆଜି ଅନେକ ପେଟ୍ରୋଲ ପମ୍ପରେ ତେଲ ସରିଯିବ । ଫଳରେ ଆଜିଠାରୁ ରାଜ୍ୟରେ ତେଲ କ୍ରାଇସିସ୍‍ ଦେଖିବାକୁ ମିଳିପାରେ । ଯଦି ତେଲ ପରିବହନ ବନ୍ଦ ରହିବ, ତେବେ ଜଟିଳ ସମସ୍ୟା ସୃଷ୍ଟି ହେବ । ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନ ଯୋଗୁଁ ଏଭଳି ସମସ୍ୟା ଉପୁଜିଛି । ଶୀଘ୍ର ଆନ୍ଦୋଳନ ପ୍ରତ୍ୟାହାର ନହେଲେ ପେଟ୍ରୋଲ ଡିଜେଲ ପରିବହନରେ ସମସ୍ୟା ଦେଖାଦେବ । ଫଳରେ ଲୋକମାନେ ନାହିଁନଥିବାର ଅସୁବିଧାର ସମ୍ମୁଖୀନ ହେବେ । ସେପଟେ ଏହି ଖବର ଶୁଣିବା ପରେ ପେଟ୍ରୋଲ ପମ୍ପରେ ଲୋକଙ୍କ ଭିଡ ଜମିଛି । ଗତ ତିନି ଦିନ ହେଲାଣି ଡ୍ରାଇଭର ମହାସଂଘ ଆନ୍ଦୋଳନ ଜାରି ରଖିଛନ୍ତି । ୬ ଦଫା ଦାବି ନେଇ ଚାଲିଥିବା ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ଆଜି ତୃତୀୟ ଦିନରେ ପହଞ୍ଚିଛି ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories