www.samajalive.in
Sunday, December 14, 2025
17.1 C
Bhubaneswar

ଚାଳକ ସଂଘ ଆନ୍ଦୋଳନ ପ୍ରସଙ୍ଗ ; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର : ରାଜ୍ୟରେ ଚାଳକ ସଂଘର ଆନ୍ଦୋଳନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମ(ଟ୍ୱିଟ୍) ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରି କହିଛନ୍ତି ଯେ, ଚାଳକଙ୍କ ଦାବିକୁ ଗୁରୁତ୍ୱର ସହ ନେଇ ସମସ୍ତ ଚାଳକ ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରାଯାଉ। ସେ କହିଛନ୍ତି ଯେ ଓଡ଼ିଶାରେ ୨ଦିନ ହେଲା ଚାଳକ ବନ୍ଧୁଙ୍କ ଆନ୍ଦୋଳନ ଆରମ୍ଭ ହୋଇଛି। ଯାହାଦ୍ୱାରା ସାଧାରଣ ଲୋକଙ୍କ ଯାତାୟାତ କିଛି ମାତ୍ରାରେ ବାଧାପ୍ରାପ୍ତ ହୋଇଛି; ମାତ୍ର ଏ ଆନ୍ଦୋଳନ ଆଜିର ନୁହେଁ ପାଖାପାଖି ବର୍ଷକ ପୂର୍ବରୁ ଆରମ୍ଭ ହୋଇଥିଲା। ସେତେବେଳେ ଚାଳକ ମହାସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇ ଏହି ଆନ୍ଦୋଳନ ସ୍ଥଗିତ ରହିଲା ବୋଲି ଗଣମାଧ୍ୟମରୁ ଜାଣିବାକୁ ପାଇଥିଲି। କିଛିଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଚାଳକ ବନ୍ଧୁମାନେ ଦଣ୍ଡବତ ଯାତ୍ରା କରିଥିଲେ। ସମାଜରେ ସେମାନଙ୍କର ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କ ସହ ଭଲ ଭାବେ ରାଜ୍ୟ ସରକାର ଆଲୋଚନା ନ କରି ରାସ୍ତା ବାହାର ନ କରିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories