www.samajalive.in
Monday, December 8, 2025
24.1 C
Bhubaneswar

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ପୂଣ୍ୟତିଥି

ନୂଆଦିଲ୍ଲୀ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳବିହାରୀ ବାଜପେୟୀଙ୍କ ପୂଣ୍ୟତିଥି । ବାଜପେୟୀଙ୍କ ଚତୁର୍ଥ ପୂଣ୍ୟତିଥି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ, ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ତାଙ୍କୁ  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବାଜପେୟୀଙ୍କ ସମାଧୀ ସ୍ଥଳରେ ପହଞ୍ଚିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ସମୟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡା ମଧ୍ୟ ଅଟଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ତାହା ସହ ବଡ଼ ବଡ଼ ନେତା ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିବା ଦେଖିବାକୁ ମିଳିଛି । ସୂଚନା ଥାଉ କି, ଅଗଷ୍ଟ ମାସ ୧୬ତାରିଖ ୨୦୧୮ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦେହାନ୍ତ ହୋଇଥିଲା । ସେତେବେଳେ ତାଙ୍କୁ ୯୩ବର୍ଷ ବୟସ ହୋଇଥିଲା ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories